Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

କେମିକାଲ୍ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭାଇବାରେ ସାମିଲ ଥିଲା ବାୟୁସେନା

28/05/2021 at 11:13 AM

ଶ୍ରୀନଗର ୨୮।୫: ଜମ୍ମୁ କାଶ୍ମୀରର ଉଧମପୁର ଅଞ୍ଚଳରେ ଥିବା ଏକ କେମିକାଲ୍ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁ ଏତେ ଭୟଙ୍କର ଥିଲା ଯେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ବାୟୁସେନାକୁ ଡକାଯାଇଥିଲା । ନିଆଁକୁ ଲିଭାଇବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଥିଲେ ।

IAF ୱାରେଣ୍ଟ ଅଫିସର ଦଲବୀର ଏସ ବହଲ କହିଥିଲେ ଯେ, ‘ଆମେ ନିଆଁ ଲିଭାଇବାକୁ ଚେଷ୍ଟା କରିବାର ୨ ଘଣ୍ଟା ବିତିଗଲାଣି । କେତେ ସମୟ ଲାଗିବ ତାହା କହିବା କଷ୍ଟକର।’

ଜମ୍ମୁ କାଶ୍ମୀରର ଉଧମପୁର ଅଞ୍ଚଳରେ ଥିବା ଏକ କେମିକାଲ୍ ଫ୍ୟାକ୍ଟ୍ରିରେ କୌଣସି କାରଣ ବଶତଃ ନିଆଁ ଲାଗିଯାଇଥିଲା । ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିଲେ । ନିଆଁ ଏତେ ଭୟଙ୍କର ଥିଲା ଯେ ବାୟସେନାକୁ ମଧ୍ୟ ଡକାଇବାକୁ ପଡିଥିଲା ।

   Related Posts