Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆକ୍ସନ, ଛତ୍ରପୁର ଏନ୍‌ଏସି ୬ ଦିନ ପର୍ଯ୍ୟନ୍ତ ସଟ୍‌ଡାଉନ୍‌

29/06/2020 at 3:22 PM

ଖଲ୍ଲିକୋଟ ୨୯।୦୬: ସାରା ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନଜର ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ବିଗତ କିଛି ଦିନମାନଙ୍କରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ମଧ୍ୟ ଆକ୍ରାନ୍ତ ଢେର୍‌ ଅଧିକ ରହିଛି । ଏଥିପାଇଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ସଟ୍‌ଡାଉନ୍‌ , ବଫରଜୋନ, କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଉଛି । ଏହାପ୍ରରିପେକ୍ଷାରେ ଗଞ୍ଜାମ  ଛତ୍ରପୁର ଏନ୍‌ଏସିକୁ ୬ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି ।

କରୋନା ସଂକ୍ରମଣ ରୋକିବାକୁ ପ୍ରଶାସନର ଉଦ୍ୟମ । ଗଂଜାମ ଛତ୍ରପୁର ଏନଏସି ୬ ଦିନ ପର୍ଯ୍ୟନ୍ତ ସଟ୍ ଡାଉନ୍ ରହିବ ବୋଲି ଘୋଷଣା କରାଯାଇଛି ।  ଛତ୍ରପୁର ଏନଏସିରେ ମଧ୍ୟ କିଛି କରୋନା ଆକ୍ରାନ୍ତ ବାହାରିଥିବା ଜଣାପଡିଛି । ତେଣୁ ଲୋକମାନଙ୍କ ସୁରକ୍ଷା ପାଇଁ ଆସନ୍ତାକାଲିଠାରୁ ରବିବାର ପର୍ଯ୍ୟନ୍ତ ୬ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି । ସଟ୍ ଡାଉନ ସମୟରେ କେବଳ ମେଡସିନ ଦୋକାନ ଖୋଲାରହିବ ବୋଲି ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରାଯାଉଛି ।  ଆଜି ସକାଳ ୭ଟାରୁ ୨ଟା ପର୍ଯ୍ୟନ୍ତ ଅତ୍ୟାବଶକୀୟ ଦୋକାନ ଖୋଲା ରହିବ ।  ଯେଉଁମାନେ ନିୟମ ଖିଲାପ କରିବେ ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି ।

   Related Posts