Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଆରୋରା

13/02/2019 at 8:19 AM

ଭୁବନେଶ୍ବର ୧୩|୨: ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଆରୋରା ।  ୨୦୧୯ ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ମୁଖ୍ୟ ନିର୍ବାଚନ କମିସନ ଆଜି ଓଡ଼ିଶା ଗସ୍ତରେ ଆସିବେ। ଆଜି ଠାରୁ ୧୫ ତାରିଖ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ବରରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ।

୧୪ ତାରିଖରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପୃଥକ ଭାବେ ଆଲୋଚନା କରିବା ସହ ଜିଲ୍ଲାସ୍ତରର ନିର୍ବାଚନ ଅଧିକାରୀ, ଏସପି, ପୋଲିସ ଆଇଜି ଓ ୩ ରାଜସ୍ବ ଆୟୋଗଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ।

ଏହାସହିତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିସନ ଅନୁଧ୍ୟାନ କରିବା ସହ ପୋଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୧୫ ତାରିଖରେ କମିସନ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଆଇନ ବିଭାଗ ସଚିବ ଓ କେନ୍ଦ୍ରୀୟ ଅଧିକାରୀଙ୍କ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିବେ। ସେହିଦିନ ଅପରାହ୍ନରେ ନିର୍ବାଚନ କମିସନଙ୍କ ନିର୍ବାଚନ ପ୍ରସ୍ତୁତି ନେଇ କମିସନ ସାମ୍ବାଦିକ ସମ୍ମିଳନୀ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

   Related Posts