Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ସରପଞ୍ଚଙ୍କୁ ଶପଥ କରାଇଲେ ମୁଖ୍ୟମନ୍ତ୍ରୀ : ପଞ୍ଚାୟତ ପ୍ରତିନିଧିଙ୍କ ପ୍ରତିଶୃତି ‘କରୋନାକୁ ଗାଁରେ ପୂରାଇ ଦେବୁନି’

22/04/2020 at 1:14 PM

ଭୁବନେଶ୍ୱର ୨୨।୦୪: ବୁଧବାର ରାଜ୍ୟର ୬ ହଜାର ୭ଶହ ୯୮ ପଞ୍ଚାୟତ ପ୍ରତିନିଧିଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ  ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ । ସରପଞ୍ଚ ମାନେ ନିକଟସ୍ଥ ପ୍ରଶାସନିକ ଅଧିକାରୀଙ୍କ କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂରେ ରହିଥିଲେ । ୨ ଦିନ ତଳେ ସରପଞ୍ଚଙ୍କୁ ସ୍ବତନ୍ତ୍ର କ୍ଷମତା ପ୍ରଦାନ କରିବା ପରେ, ଏବେ ସେମାନଙ୍କ ସହ ଆଲୋଚନା କରି କୋଭିଡ୍ ୧୯ ପରିଚାଳନାରେ ସହଯୋଗ ଲୋଡ଼ିଛନ୍ତି ସରକାର ।

କରୋନା ମୁକାବିଲାରେ ନିଷ୍ଠାର ସହିତ ଦାୟିତ୍ୱ ସମ୍ପାଦନ ପାଇଁ ସରପଞ୍ଚମାନଙ୍କୁ ମୁଖ୍ୟମନ୍ତ୍ରୀ ଶପଥ କରାଇଛନ୍ତି । ବିଶେଷ କରି ଅନ୍ୟ ରାଜ୍ୟରୁ ଗାଁକୁ ଆସିଥିବା ଲୋକମାନଙ୍କୁ କ୍ୱାରାଣ୍ଟାଇନରେ ରଖାଇବା, ସେମାନଙ୍କର ଖାଇବା ଚିକିତ୍ସା ଆଦି ବୁଝିବା ପାଇଁ ସରପଞ୍ଚମାନଙ୍କୁ ଦାୟିତ୍ୱ ଦେଇଛନ୍ତି । କରୋନାକୁ ରୋକିବା ପାଇଁ ସରକାରଙ୍କ ସବୁ ପଦକ୍ଷେପକୁ ପଞ୍ଚାୟତର ଭାଇ ଭଉଣୀମାନଙ୍କର ମଙ୍ଗଳ ପାଇଁ କଡାକଡ଼ି ଭାବେ ପାଳନ କରିବା ଲାଗି ପଞ୍ଚାୟତ ପ୍ରତିନିଧିମାନେ ଶପଥ କରିଥିଲେ। ପଞ୍ଚାୟତରେ କରୋନା  ପୂରେଇ ଦେବୁନି ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ ।

   Related Posts