Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ଫୋକସ୍‌ରେ ସ୍ବାଭିମାନ ଅଞ୍ଚଳ : କଥାହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

17/11/2020 at 10:55 AM

ଭୁବନେଶ୍ବର ୧୭।୧୧: ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ସାଢେ ୧୧ଟାରେ ଲୋକଙ୍କ ସହିତ ସିଧାସଳଖ ଫୋନ୍ ଯୋଗେ କଥା ହେବେ ନବୀନ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ଏଥିସହିତ ୯ଟି ପଂଚାୟତର ପ୍ରତ୍ୟେକ ବ୍ୟକ୍ତିଙ୍କୁ ୪-ଜି ମୋବାଇଲ ଫୋନ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଫଳରେ ଅନଲାଇନ୍‌ରେ ଶିକ୍ଷାରୁ ବଞ୍ଚିତ ହେଉଥିବା ଛାତ୍ରଛାତ୍ରୀ ସୁବିଧାରେ ପାଠ ପଢିବା ସହ ସରକାରୀ ଯୋଜନାର ଲାଭ ପାଇପାରିବେ ।

ଜନ୍ତାପାଇସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରିକାନ୍ତି ବେହେରା, ବିଧାୟକ ଚନ୍ଦ୍ରସାରଥୀ ବେହେରା, ନବରଙ୍ଗପୁର ସାଂସଦ ରମେଶ ମାଝି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ପ୍ରମୁଖ ଉପସ୍ଥିତ ରହିବେ ।ଭର୍ଚୁଆଲ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋବାଇଲ ଫୋନ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଲୋକଙ୍କ ସହ କଥା ହେବେ ।

   Related Posts