Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୫୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୫୧୧ ଡିସଚାର୍ଜ
  • ||
  • ବିଧାୟିକାଙ୍କ ଘର ଆଗରେ ବୋମାମାଡ଼, ଦୁଇ ସମର୍ଥକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତକୁ ମିଳିଲା ଆଉ ଏକ ପଦକ, ୫୭ କେଜି କୁସ୍ତିରେ ରବି ଦାହିୟା ଜିତିଲେ ରୌପ୍ୟ ପଦକ
  • ||
  • ଜଗତସିଂହପୁର : ଶୁକ୍ରବାର ଖୋଲିବ ଝଙ୍କଡ ସ୍ଥିତ ମା’ ଶାରଳାଙ୍କ ମନ୍ଦିର, ଖୋଲିବ ଗୋରେଖନାଥଙ୍କ ପୀଠ
  • ||
  • କଟକ : ସ୍କୁଟି ମିଳିଥିଲା ମଧୁସୂଦନ ସେତୁରୁ, ମୃତଦେହ ମିଳିଲା ଯୋବ୍ରା ଆନିକଟରୁ : ମଙ୍ଗଳବାରଠୁ ଥିଲେ ନିଖୋଜ
  • ||
  • ବଡବିଲ : ରାସ୍ତା କଡକୁ ଓଲଟି ହୁତୁହୁତୁ ହୋଇ ଜଳିଗଲା ହାଇୱା
  • ||
  • ଭୁବନେଶ୍ବର : ରାଜ୍ୟ ମାନବାଧିକାର ଆୟୋଗରେ ଅଗ୍ନିକାଣ୍ଡ, ଏସି ସଟ୍ ସର୍କିଟ୍‌ରୁ ନିଆଁ ଲାଗିଥିବା ସୂଚନା
  • ||
  • ରାଉରକେଲା : ବଡଧରଣର ଜିଏସ୍‌ଟି ଠକେଇ, ବନ୍ଧାହେଲା ୮୦ କୋଟି ଟଙ୍କା ଠକିନେଇଥିବା ଠକ
  • ||
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • କଟକ : ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||

କୋଭିଡ୍‌ ମୁକାବିଲା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କୋଭିଡ୍‌ ପରିଚାଳନା ସଂପର୍କରେ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ସହ କଲେ ଆଲୋଚନା

28/07/2020 at 8:52 PM

ଭୁବନେଶ୍ବର୨୮/୭: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋଭିଡ୍‌ ମୁକାବିଲା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଅଣକୋଭିଡ୍‌ ରୋଗୀମାନେ ବିଭିନ୍ନ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ପାଉନଥିବା ଅଭିଯୋଗ ଆସିବାପରେ ସାଧାରଣ ରୋଗୀଙ୍କ ଚିକିତ୍ସାରେ ଯେଭଳି ସାମାନ୍ୟ ତମ ଅବହେଳା ନୁହୁଏ ସେଥିପ୍ରତି ଧ୍ୟାନ ଦେବାକୁ ତାଗିତ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥି ସହ ରାଜ୍ୟରେ ଆମ୍ବୁଲାନ୍‌ସ୍‌ ନେଟଓ୍ବର୍କକୁ ସୁଦୃଢ଼ କରିବାକୁ ନିର୍ଦେଶ ଦେଇଛନ୍ତି । ସେହିଭଳି ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଓ କୋଭିଡ୍‌ କେୟାର ସେଣ୍ଟର ଗୁଡ଼ିକରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯେଭଳି ଗୁଣାତ୍ମକ ସେବା ପାଇପାରିବେ ସେଥିପାଇଁ ସେମାନଙ୍କ ଠାରୁ ଫିଡ୍‌ବ୍ୟାକ୍‌ ସଂଗ୍ରହ କରି ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରିବାକୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।

ଆଜି ଅନୁଗୋଳ, ଢ଼େଙ୍କାନାଳ ବେଦଗଡ଼, ମୟୁରଭଂଜ, ବଲାଙ୍ଗିର, ବରଗଡ଼ ଓ ନୂଆପଡ଼ା ଭଳି ବିଭିନ୍ନ ଜିଲ୍ଲାର ପରିସ୍ଥିତି ଓ କୋଭିଡ୍‌ ପରିଚାଳନା ସମ୍ପର୍କରେ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହି ଜିଲ୍ଲା ଗୁଡ଼ିକରେ କୋଭିଡ୍‌ ପରିଚାଳନାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ପର୍ଯ୍ୟବେକ୍ଷକମାନେ କେତେକ ପ୍ରସ୍ତାବ ମଧ୍ୟ ରଖିଥିଲେ । ଏହି ପ୍ରସ୍ତାବଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜିର ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ୍‌ କମିଶନ, ଫାଇବ ଟି ସଚିବଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଜିଲ୍ଲାସ୍ତରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ ।

   Related Posts