ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରଥମେ ଏମାନଙ୍କୁ ଦିଆଯିବ କରୋନା ଟିକା

Published By : Prameya-News7 Bureau | November 18, 2020 IST

ଭୁବନେଶ୍ୱର୧୭/୧୧: କରୋନାର ମୁକାବିଲା ନେଇ ବିଭିନ୍ନ ଟିକାର ପରୀକ୍ଷାର ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟିକା ମିଳିବା ପରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଏବଂ ୬୦ରୁ ଊର୍ଦ୍ଧ୍ଵ ବୟସ୍କ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ। ପ୍ରଥମେ ଏମାନଙ୍କୁ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସମାଜର ବିପଦସଙ୍କୁଳ ଅବସ୍ଥାରେ ଦିନ କାଟୁଥିବା ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛଛନ୍ତି।

କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ। ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.