Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ

28/10/2021 at 3:07 PM

ଚାନ୍ଦବାଲି ୨୮।୧୦: ଅକାଳରେ ଚାଲିଗଲା କୋମଳମତି ଶିଶୁର ଜୀବନ । କୁନି ଝିଅର ମୃତ୍ୟୁକୁ ନେଇ ଗାଁରେ ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ଚାନ୍ଦବାଲି ବ୍ଲକ୍ ରାଜେରାଜେଶ୍ବରପଲ୍ଲୀ ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ରାଜେରାଜେଶ୍ବରପଲ୍ଲୀ ଗ୍ରାମର ରାଜକିଶୋର ଦାସଙ୍କ ଦେଢ଼ ବର୍ଷର ଝିଅ  ଘର ଅଗଣାରେ ଖେଳୁଥିବା  ସମୟରେ  ହଠାତ ପୋଖରୀରେ ପଡିଯାଇଥିଲେ । ଘର ଲୋକ ଅନେକ ଖୋଜାଖୋଜି କରିବା ପରେ ପୋଖରୀ ଭିତରୁ ଶିଶୁଟିକୁ ଉଦ୍ଧାର କରିବା ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts