Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଗୋହିରା ଓଭରବ୍ରିଜ୍‌ରେ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡି : ଝିଆରୀ ମୃତ, ଦାଦା ଗୁରୁତର

16/11/2020 at 4:29 PM

ଆନନ୍ଦପୁର ୧୬।୧୧: ଗୋହିରା ଓଭରବ୍ରିଜ୍ ନିକଟରେ ଦୁର୍ଘଟଣା । ଝିଆରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଦାଦା ଗୁରୁତର ହୋଇଛନ୍ତି । ସଂକୃକ୍ତ ବ୍ୟକ୍ତିଙ୍କ ଝିଅ ମଧ୍ୟ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥର ଗୋହିରା ଓଭରବ୍ରିଜ୍ ନିକଟରେ ଦୁର୍ଘଟଣା ଘଟିଛି । ଗୁରୁତର ୨ ଶିଶୁ ଓ ଜଣେ ବ୍ୟକ୍ତିଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଡାକ୍ତର ୪ ବର୍ଷର ଶିଶୁ କନ୍ୟାଙ୍କୁ ମୃତ ଘୋଷଣା କରିଥିବା ବେଳେ ବ୍ୟକ୍ତି ଜଣଙ୍କ ଗୁରୁତର ଅଛନ୍ତି । ମୃତକ ହେଲେ ସଂପୃକ୍ତ ବ୍ୟକ୍ତି ଝିଆରୀ । ପ୍ରାଥମିକ ଚିକିତ୍ସା ପରେ ଗୁରୁତର ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ବର୍ଷକର ଝିଅ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ।

ଗରୁତର ବ୍ୟକ୍ତି ଜଣଙ୍କ ହେଲେ ସ୍ଥାନୀୟ ଗୋହିରା ଗାଁର ବାଣେଶ୍ବର ନାଇକ । ସେ ନିଜ ବର୍ଷକର ଝିଅ ସହ ୪ ବର୍ଷର ଝିଆରୀଙ୍କୁ ନେଇ କୃଷି ବିଭାଗ ଫାର୍ମକୁ ବୁଲିବାକୁ ଯାଇଥିଲେ । ଫେରିବା ବାଟରେ କୌଣସି ଏକ ଗାଡି ତାଙ୍କୁ ପଛ ପଟୁ ଧକ୍କା ଦେଇ ପଳାଇଥିଲା । ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ।

   Related Posts