ଆଜି ଶିଶୁ ଦିବସ, ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ

Published By : Prameya-News7 Bureau | November 14, 2021 IST

ଭୁବନେଶ୍ୱର ୧୪।୧୧: ଆଜି ଶିଶୁ ଦିବସ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ । ଜଣେ ବିଚକ୍ଷଣ ରାଷ୍ଟ୍ରନୀତିଜ୍ଞ ଭାବେ ନେହେରୁ ବିଶ୍ବ ଜନମାନସରେ ବେଶ୍ ସୁପରିଚିତ । ଛୋଟ ପିଲାମାନଙ୍କୁ ଖୁବ୍ ସ୍ନେହ ଆଦର କରୁଥିବା ନେହେରୁ ତାଙ୍କ ଜନ୍ମଦିନକୁ ଶିଶୁଦିବସ ଭାବେ ପାଳନ କରିବାକୁ ଚାହିଁଥିଲେ । ପିଲାମାନେ ଖୁସୀରେ ତାଙ୍କୁ ଚାଚା ନେହେରୁ ବୋଲି ସମ୍ବୋଧନ କରୁଥିଲେ ।

୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ପଣ୍ଡିତ ଜବାହାରଲାଲ ନେହେରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ଆଜିର ଶିଶୁ ଆସନ୍ତାକାଲିର ନାଗରିକ ହୋଇଥିବାରୁ ଶିଶୁମାନଙ୍କ ବୌଦ୍ଧିକ , ଶାରୀରିକ ମାନସିକ ସ୍ଥରରେ ଅଭିବୃଦ୍ଧି ନେଇ ଏହି ଦିନରେ ବିଭିନ୍ନ କାର୍ଯ୍ଯକ୍ରମ କରାଯାଏ। ଶିଶୁ ଦିବସ ଅବସରରେ ଦେଶ ତଥା ରାଜ୍ୟର ଶିକ୍ଷାନୁଷ୍ଠାନ, ବିଭିନ୍ନ ସ୍ବେଚ୍ଛା ସେବୀ ଅନୁଷ୍ଠାନ ପକ୍ଷରୁ ଶିଶୁ ମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.