ଭିଜିଲାନ୍ସ ଜାଲରେ ଚିଲିକା ଡିଏଫ୍ଓ, ଏକକାଳୀନ ବିଭିନ୍ନ ସ୍ଥାନରେ ରେଡ୍
10/08/2020 at 11:13 AM

ଭୁବନେଶ୍ୱର ୧୦।୦୮: ଭିଜିଲାନ୍ସ ଜାଲରେ ଚିଲିକା ଡିଏଫ୍ଓ ଆଲୋକ ରଞ୍ଜନ ହୋତା । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଛି । ବାଲୁଗାଁସ୍ଥିତ ଅଫିସ ଓ ସରକାରୀ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି।
ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚିଲିକା ଡିଏଫ୍ଓଙ୍କ ଆଲୋକ ରଞ୍ଜନ ହୋତା । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଛି । ବାଲୁଗାଁସ୍ଥିତ ଅଫିସ ,ସରକାରୀ ବାସଭବନ ସମେତ ଖଣ୍ଡଗିରି ଡୁମଡୁମାଠାରେ ଥିବା ଘର, ଚନ୍ଦ୍ରଶେଖର ସ୍ଥିତ ୩ ମହଲା ଘର , ଜଗତସିଂହପୁର ବିରିଡି ଚାଷୀଖଣ୍ଡସ୍ଥିତ ପୈତୃକ ଘର, ବାଲିପାଟଣା ଥାନା ଅନ୍ତର୍ଗତ ପଦ୍ମପୁରସ୍ଥିତ ସମ୍ପର୍କୀୟଙ୍କ ଘରେ ଏକକାଳୀନ ଚଢାଉ ହୋଇଛି । ବ୍ୟାଙ୍କ ପାସବୁକ୍, ବ୍ୟାଙ୍କ ଲକର୍, ସୁନା ଓ ଦାମୀ ଗାଡି ମିଳିଥିବା ସୂଚନା ରହିଛି ।
Related Posts
ସ୍ତ୍ରୀ ସହ ଝଗଡା କରି ହାରିଲେ ଜୀବନ ! ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
18 January 2021
୨୨ କିଲୋ ଗଞ୍ଜେଇ ସହ ୩ ଜଣଙ୍କୁ ଗିରଫ କଲା ଫ୍ଲାଇଂ ସ୍କ୍ବାଡ୍, କାର୍ ଜବତ
18 January 2021
୨ୟ ଦିନରେ ଟିକାକରଣ, ୩୮୦ ସେସନ୍ରେ ୩୧ ହଜାର ୯୦୨ ଜଣଙ୍କୁ ଦିଆଯିବ ଭାକିସନ୍
18 January 2021