Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବିଜେଡିରୁ ସସ୍‌ପେଣ୍ଡ, ବିଜେପି ନେତାଙ୍କୁ ମାଡ ମାରିଥିବା ନେଇ ହୋଇଥିଲା ଅଭିଯୋଗ

8/09/2021 at 8:23 PM

ଭୁବନେଶ୍ଵର ୦୮।୦୯: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ବିଜେଡିରୁ ନିଲମ୍ବିତ। ବାଲୁଗାଁ ଏନଏସି ଅଫିସ ଆଗରେ ଗଣ୍ଡଗୋଳ କରିବା ତାଙ୍କୁ ମହଙ୍ଗା ପଡିଛି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଜଗଦେବଙ୍କୁ ଦଳରୁ ବୁଧବାର ନିଲମ୍ବିତ କରିଛନ୍ତି। ପ୍ରଶାନ୍ତ ବିଜେପି ବିଧାୟକଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା।

ସୂଚନାଯୋଗ୍ୟ, ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ବିଧାୟକ  ବାଲୁଗାଁ ଏନଏସି ଅଫିସ ଆଗରେ ମାଡ ମାରିଥିଲେ। ଏ ନେଇ ଜଗଦେବଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା। ବିଧାୟକଙ୍କ ମାଡ ମରାର ଭିଡିଓ ଭାଇରାଲ ହୋଇଥିବା ବେଳେ ଏ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହା ସହ  ନିରଞ୍ଜନଙ୍କୁ ମାଡ ମରା ନେଇ ବିଜେପି ଶାସକ ବିଜୁ ଜନତା ଦଳକୁ ଟାର୍ଗେଟ୍ କରିଥିଲା। ଏହି କାରଣରୁ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ ଯେ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ତାଙ୍କର ଆଚରଣ ନେଇ ଅତୀତରେ ଅନେକ ଥର ବିବାଦୀୟ ହୋଇଛନ୍ତି। ତାଙ୍କ ନାଁରେ ମଧ୍ୟ ଉତ୍ସୃଙ୍ଖଳ ଆଚରଣ ନେଇ ଅଭିଯୋଗର ଚର୍ଚ୍ଚା। ଅନେକ ସମୟରେ ହୋଇ ଆସିଛି। ଦଳର ଭାବମୂର୍ତ୍ତି ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷରେ  ଗଣେଶ ଜଗଦେବ ଓରଫ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ନବୀନ  ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ବଡ ଆକ୍ସନ ଏବଂ ଦଳରୁ ନିଲମ୍ବିତ ହେବାରେ ପଞ୍ଚମ ପାଳିରେ ପ୍ରଶାନ୍ତ ଜଗଦେବ ପ୍ରଥମ ବିଧାୟକ।

ବେଗୁନିଆର ପୂର୍ବତନ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ପୂର୍ବରୁ ଉତ୍ସୃଙ୍ଖଳା ଆଚରଣ ଓ ଦୁର୍ବ୍ୟବହାରର ତଥା ମାରପିଟ୍‌ର ଅଭିଯୋଗ ଆଦି ନେଇ ବିବାଦୀୟ ରହି ଆସିଛନ୍ତି। ଏପରିକି ଅତୀତରେ ତାଙ୍କ ବିରୋଧରେ ସରକାରୀ ଅଧିକାରୀଙ୍କୁ ଦୁର୍ବ୍ୟବହାରର ଅଭିଯୋଗ ମଧ୍ୟ ଉଠିଥିଲା। ତେବେ ବାଲୁଗାଁ ବ୍ଲକ୍ ଆଗରେ ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ମାଡ ମାରିଥିବା ନେଇ ଅଭିଯୋଗ ତାଙ୍କୁ ଅକଳରେ ପକାଇଛି।

   Related Posts