Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଚିଟ୍‌ଫଣ୍ଡ ସ୍କାମ: ପୂର୍ବତନ ବିଧାୟକ ଏମଭି ପ୍ରସାଦଙ୍କୁ କୋର୍ଟରେ ହାଜର କରାଇଲା ଇଓଡବ୍ଲ୍ୟୁ

7/09/2021 at 5:16 PM

କଟକ ୦୭।୦୯: ଚିଟଫଣ୍ଡ ମାମଲାରେ ବନ୍ଧା ହୋଇଥିବା ପୂର୍ବତନ ବିଧାୟକ ଏମ.ଭି ପ୍ରସାଦ କୋର୍ଟରେ ହାଜର। ମଙ୍ଗଳବାର କଟକର ସ୍ଵତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟରେ ହାଜର  କରାଇଲା ଇଓଡବ୍ଲ୍ୟୁ। ଏମ୍‌.ଭି ପ୍ରସାଦ ହେଉଛନ୍ତି ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ। ଇଓଡବ୍ଲ୍ୟୁ ତାଙ୍କୁ ବିଶାଖାପାଟଣାରୁ ତାଙ୍କୁ ଗିରଫ କରିଥିଲା। ପ୍ରସାଦଙ୍କ ନାଁରେ ୧୨୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବା ଜଣା ପଡିଛି।

ସୂଚନା ମୁତାବକ, ୨୦୧୯ ଚିଟ୍‌ଫଟ୍‌ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଭିଯୋଗରେ ବିଶାଖାପାଟନାରୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି । ସୋମବାର କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଏବଂ ବିଶାଖାପାଟଣା ପୋଲିସ ମିଳିତ ଭାବେ ଭାଇଜାଗ ସ୍ଥିତ ଏମ୍‌ଭି ପ୍ରସାଦଙ୍କ ଘରେ ରେଡ୍‌ କରିଥିଲା ।

ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି । ଏଥିସହ ଘରେ ଚଢ଼ାଉ କରି ପ୍ରାୟ ୪୫ ଲକ୍ଷ ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ । ଏମ୍.ଭି. ପ୍ରସାଦଙ୍କ ୱେଲଫେର ଗ୍ରୁପ ଅଫ୍ କମ୍ପାନି ନାଁରେ ୧୨ ଶହ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି । ଓଡ଼ିଶା, ଆନ୍ଧ୍ର, ଛତିଶଗଡ଼ ଆଦି ଅଞ୍ଚଳରୁ ଶହ ଶହ ହିତାଧିକାରୀଙ୍କଠାରୁ କମ୍ପାନି ଟଙ୍କା ଠକେଇ କରିଥିବା ଅଭିଯୋଗ ରହିଛି ।

୨୦୦୧ରେ ଏହି କମ୍ପାନି ବିଭିନ୍ନ ଅଞ୍ଚଳରେ ଶାଖା ଖୋଲି ଲୋକଙ୍କଠୁ ଟଙ୍କା ଆଦାୟ କରିଥିଲା । ତେବେ ପରେ ଏହି କମ୍ପାନି ଲୋକଙ୍କୁ ଟଙ୍କା ଫେରାଇ ନଥିବା ଅଭିଯୋଗ ରହିଛି । ଏପରିକି ଓଡ଼ିଶାର ବିଭିନ୍ନ ଥାନାରେ ଏମ୍‌ଭି ପ୍ରସାଦଙ୍କ ନାଁରେ ମାମଲା ଥିବା ଜଣାପଡିଛି ।

   Related Posts