Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା

2/12/2021 at 9:30 AM

ସୋର, ୦୨|୧୨: ବାଲେଶ୍ୱର ଜିଲ୍ଲା ବାହାନଗା ପଥରପେଣ୍ଠ ଶ୍ରୀ ଜଗନ୍ନାଥ ମନ୍ଦିରରରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି । ଶ୍ରୀ ଜଗନ୍ନାଥଙ୍କ ସମେତ ତିନି ଠାକୁରଙ୍କ ରୁପା ପଟି, ଲକ୍ଷ୍ମୀ ଠାକୁରାଣୀଙ୍କ  ସମସ୍ତ ଅଳଙ୍କାର ଲୁଟି ନେବା ସହ ଓ ହୁଣ୍ଡି ମଧ୍ୟ ଚୋରି କରିଛନ୍ତି ଦୁର୍ବୃତ୍ତ l

ଚୋରମାନେ ମାର୍ଗଶିର ମାସ ଗୁରୁବାରରେ ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡିଲେ ନାହିଁ l ମା’ଙ୍କ  ସୁନା ରୁପା ଗହଣା ଚୋରି କରି ନେଲେ । ଚୋରି କରିନେଇଥିବା ଗହଣାର ମୂଲ୍ୟ୧୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।  ଆହୁରି ମଧ୍ୟ ହୁଣ୍ଡିରେ ଲକ୍ଷାଧିକ ଟଙ୍କା ଥିଲା ବୋଲି ସୂଚନା ମିଳିଛି । ମନ୍ଦିରର ମୁଖ୍ୟ ଦ୍ୱାର ତାଲା ଭାଙ୍ଗି ଚୋରି ହୋଇଥିବା ଜଣାପଡିଛି  l

ସକାଳେ ପୂଜକ ଲୁଟ୍ ହେବା ନେଇ ପ୍ରଥମେ ଦେଖିଥିଲେ । ଏନେଇ ପାଲିସକୁ ଖବର ଦିଆଯାଇଥିଲା । ପୋଲିସ ଆସି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts