Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ସାରା ରାଜ୍ୟରେ ଶୀତ ଲହରୀ, ଘନକୁହୁଡିର ଚାଦର ତଳେ ବାଲିଗୁଡା

8/11/2021 at 8:13 AM

ବାଲିଗୁଡା ୦୮/୧୧: କନ୍ଧମାଳର ଶୀତ ବେସ୍ ନିଆରା । ବାଲିଗୁଡ଼ା ଅଞ୍ଚଳରେ ଶୀତର ଲହରୀ ଆରମ୍ଭ ହୋଇଯାଇଛି । ବାଲିଗୁଡ଼ା, ଦାରିଙ୍ଗବାଡି,କ.ନୁଆଗାଁ,ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ । ସକାଳ ପ୍ରାୟ ୯ଟା ଯାଏଁ ଘନକୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ ।

ଘନ କୁହୁଡି ଯୋଗୁଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଥିବାରୁ ସତର୍କତା ଅବଲମ୍ବନ କରୁଛନ୍ତି ଚାଳକ । ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣି ଓ୍ବାକ୍, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି ।

ଶୀତ ବଢୁଥିବାରୁ କର୍ମଜୀବୀ ଓ ଗରିବ ଗୁରୁବା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସଞ୍ଜ ନଇଁଲେ ତାପମାତ୍ରା ହ୍ରାସ ପାଉଛି ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁର ଆଶ୍ରୟ ନେଉଛନ୍ତି ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୂଅ ଛୁଟିଲାଣି ।

   Related Posts