Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ଜଣେ ଆହତ, ଜଣେ ଗୁରୁତର, ପୋଲିସ୍ ଆରମ୍ଭ କଲା ତଦନ୍ତ

28/09/2020 at 10:29 PM

ପାଟଣା୨୮/୯: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆପଡା ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଏଥିରେ ଜଣେ ଆହତ ଏବଂ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଏ ନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଛି। କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଧରୁଆପଡା ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଙ୍ଘର୍ଷ ହେବା ଫଳରେ ଗ୍ରାମର ଅଜୟ ମିଶ୍ର ଗୁରୁତର ଆହତ ହେବା ସହିତ ଅନ୍ୟ ଜଣେ ଆହତ ହୋଇଛନ୍ତି। ଏ ନେଇ ତୁରୁମୁଙ୍ଗା ଥାନାରେ ଅଜୟ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ  ଅଜୟ ଗ୍ରାମର ବୈତରଣୀ ନଦୀ କୁଳରେ ବୁଲୁ ଥିବା ବେଳେ ମୁରୁସୁଆଁ ଗ୍ରାମର ରମେଶ ଚନ୍ଦ୍ର ମହାନ୍ତ ଓ ପରମେଶ୍ବର ମହାନ୍ତଙ୍କ ସମେତ ଅନ୍ୟ ଜଣେ ସହଯୋଗୀ ମିଶି ଠେଙ୍ଗାରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇ ପଡିଥିଲେ। ଗୁରୁତରଙ୍କୁ କେନ୍ଦୁଝର ମେଡିକାଲରେ ଚିକିତ୍ସିତ ହେବା ପରେ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ତୁରୁମୁଙ୍ଗା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts