Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨ ଆହାତ, ୨ ଗୁରୁତର ଏବଂ ୨ ଜଣ ଥାନାରେ ଅଟକ

10/10/2020 at 4:01 PM

 ଆନନ୍ଦପୁର୧୦/୧୦: ପଡିଆରେ କାମ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଏହି ଗୋଷ୍ଠୀ ସଂଘର୍ଷରେ ୨ ଗୁରୁତର ଏବଂ ୨ ଆହାତ ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଆଗରଦା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗାଁ ପାର୍ଶ୍ବରେ ଥିବା ଏକ ପଡିଆରେ ମନରେଗା ଯୋଜନା ମୂଳକ କାମ ଚାଲିଥିବା ସମୟରେ ଅଚାନକ ଗ୍ରାମର ଦୁଃଶାସନ ସ୍ବାଇଁଙ୍କ ୩ ପୁଅ ମିଶି କାମ କରୁଥିବା ଲୋକଙ୍କ ସହିତ ବଚସା କରିଥିଲେ।

ପଡିଆରେ କାମ ହେବା ଯୋଗୁଁ ସେମାନଙ୍କ ଚାଷଜମି କ୍ଷତିଗ୍ରସ୍ତ ହେବା ନେଇ ଅଭିଯୋଗ କରିଥିଲେ। ସେମାନଙ୍କ ମଧ୍ୟରେ ହେଉଥିବା ବଚସା ଉଗ୍ରରୂପ ନେବାପରେ ଉଭୟ ପକ୍ଷ ହାତାହାତି ହୋଇଥିଲେ। ଫଳରେ ଉଭୟ ପକ୍ଷରୁ ୪ ଜଣ  ଆହତ ହେବା ପରେ ୨ ଜଣଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସେହିପରି ଅନ୍ୟ ଦୁଇଜଣ ନିକଟସ୍ଥ ସାଇଁକୁଳ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ ରାମଚନ୍ଦ୍ରପୁର ପୋଲିସ ପହଁଞ୍ଚି ଉଭୟ ପକ୍ଷରୁ ଦୁଇଜଣଙ୍କୁ ଅଟକ ରଖିବା ସହ ଅଧିକ ତଦନ୍ତ ଜାରି ରଖିଛି।

   Related Posts