Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ତିନି ଦିନ ଯାଏଁ ମେଘୁଆ ପାଗ, ୧୩ରେ ଆଉ ଏକ ଲଘୁଚାପ

12/11/2021 at 7:42 AM

ଭୁବନେଶ୍ୱର,୧୨/୧୧: ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଗୁରୁବାର ରାତି ସୁଦ୍ଧା ଦକ୍ଷିଣ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ତାମିଲନାଡୁରେ ଭାରୀ ବର୍ଷା ହୋଇଛି । ସୋମବାର ଯାଏ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିବ । ୧୨ ଓ ୧୪ ତାରିଖରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ମେଘୁଆ ପାଗ ସହ ବୁନ୍ଦା ବର୍ଷା ହୋଇପାରେ । ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।
 

ଲଘୁଚାପ ପ୍ରଭାବ ଯୋଗୁ ରବିବାର ଯାଏ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ୍‌ ବଢ଼ିବ । ତେବେ ସୋମବାର ଓ ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ କମିବ । ତେବେ ସମ୍ଭାବ୍ୟ ଲଘୁଚାପ ଯୋଗୁ ରାଜ୍ୟରେ ପାଗ ପୁଣି ବଦଳିବ । ନଭେମ୍ବର ମାସରେ ଏହା ହେଉଛି ତୃତୀୟ ଲଘୁଚାପ ।

ସେପଟେ ପୂର୍ବ ଆକଳନ ମୁତାବକ ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ୧୩ ତାରିଖରେ ଲଘୁଚାପ ରୂପ ନେବ । ୧୪ରେ ଅବପାତ ଓ ୧୬ ସୁଦ୍ଧା ଗଭୀର ଅବପାତ ହୋଇପାରେ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୯ରେ ଦକ୍ଷିଣ ଆନ୍ଧ୍ର ଉପକୂଳରେ ସ୍ଥଳ ଭାଗ ଛୁଇଁବ। ପରେ ଏହା ସଂଲଗ୍ନ ତାମିଲନାଡୁରେ ୧୭ରୁ ୧୯ ଯାଏ ଭାରୀ ବର୍ଷା ହେବ । 

ଏହି ଲଘୁଚାପ ପ୍ରଭାବରେ ୧୭ରୁ ପାଗ ବଦଳିବ । ୨୦ତାରିଖ ଯାଏ ପାଗ ମେଘୁଆ ରହିବ । ସର୍ବନିମ୍ନ ତାପମାତ୍ରା ପୁଣି ୩ରୁ ୪ ଡିଗ୍ରୀ ବଢିବ । ୧୮ ଓ ୧୯ ତାରିଖରେ ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଦକ୍ଷିଣରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବ । ୧୯ ଓ ୨୦ରେ ପାଗ କୋହଲା ରହିବା ସହ ହାଲୁକା ବର୍ଷା ହେବ ବୋଲି ଡ. ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

୧୩ ତାରିଖରେ ଆଉ ଏକ ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ପୂର୍ବାନୁମାନ କରିଛି । ତେବେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହୋଇଥିବା ଲଘୁଚାପ ପ୍ରଭାବରେ ୧୬ ତାରିଖ ଯାଏ ବର୍ଷା ହେବ । ଶୁକ୍ରବାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମ ଓ କନ୍ଧମାଳର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧାର ଗୋଟିଏ ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହେବ ।

ଦାରିଙ୍ଗିବାଡିରେ ପାରଦ ରାଜ୍ୟରେ ସବୁଠୁ ତଳେ ରହିଛି । ଏଠାର ସର୍ବନିମ୍ନ ତାପମାତ୍ରା ୧୩ଡିଗ୍ରୀ ରହିଛି । ଫୁଲବାଣୀରେ ୧୫, କୋରାପୁଟରେ ୧୫.୨ ଓ ଝାରସୁଗୁଡାରେ ରାତି ତାପମାତ୍ରା ୧୬.୨ ଡିଗ୍ରୀ ରେକର୍ଡ ହୋଇଛି । ଅଧିକାଂଶ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୮ଡିଗ୍ରୀରୁ ଅଧିକ ରହିଛି ।

   Related Posts