Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ନିଜାମୁଦ୍ଦୀନ ଫେରନ୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ, ୧୦୪ ନମ୍ବରରେ ତୁରନ୍ତ ଯୋଗାଯୋଗ କରନ୍ତୁ, ୨୪ଘଣ୍ଟା ମଧ୍ୟରେ ନମୁନା ପରୀକ୍ଷା ପାଇଁ ଆଗକୁ ଆସନ୍ତୁ

4/04/2020 at 11:51 AM

ଭୁବନେଶ୍ୱର ୦୪।୦୪ : ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଲାଗିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣ ସୁସ୍ଥ ହୋଇ ଗରକୁ ଫେରିଛନ୍ତି । ତେବେ ଅନ୍ୟ ୧୮ଜଣ ବିଭିନ୍ନ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏବଂ ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ରାଜ୍ୟରେ କରୋନା ସ୍ଥିତି ଦେଖି ଭୁବନେଶ୍ୱ, ଯାଜପୁର, କଟକକୁ ସଟଡାଉନ୍‌ ଘୋଷଣା କରାଯାଇଛି । ତେବେ ଦିଲ୍ଲୀର ମୁଜାମୁଦ୍ଦୀନ ସଭାରୁ ଓଡିଶା ଫେରିଥିବା ଲୋକଙ୍କ ପାଇଁ ଓଡିଶା ସରକାରଙ୍କ ସହ ସହଯୋଗ କରି ନିଜ ବିଷୟରେ ସବିଶେଷ ତଥ୍ୟ ଦେବାକୁ ଅନଉରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ ମାଧ୍ୟମରେ ଅନରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ ଜରିଆରେ କହିଛନ୍ତି ଯେ,  କରୋନା ମାନବ ଜାତିର ସବୁଠୁ ବଡ଼ ଶତ୍ରୁ। ଏହାକୁ ହରାଇବା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ନିଜାମୁଦ୍ଦିନ ସଭାରୁ ଓଡ଼ିଶା ଫେରିଥିବା ସମସ୍ତଙ୍କୁ ଅନୁରୋଧ ତୁରନ୍ତ ୧୦୪ରେ ଫୋନ୍ କରିବା ସହ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆଗେଇ ଆସନ୍ତୁ। ଆପଣଙ୍କ ସହଯୋଗ ହିଁ ଆପଣଙ୍କ ପରିବାର ସହିତ ସାରା ମାନବଜାତିର ବହୁତ ବଡ଼ ଉପକାର କରିବ। ଏହି ଭଳି ଭାବରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

   Related Posts