ଆସିକାରୁ ଭୁବନେଶ୍ୱର ଯାତ୍ରା ହେବ ସୁଗମ: ଉଦଘାଟିତ ହେଲା ଆସ୍କା ସେତୁ,ଭିସିରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 03, 2021 IST

ଆସ୍କା ୩/୪: ଉଦଘାଟିତ ହୋଇଛି ବହୁପ୍ରତିକ୍ଷୀତ ଆସ୍କା ସେତୁ । ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ରିପ୍ଲେସ କରାଯାଇ ଏହାକୁ ନିର୍ମାଣ କରାଯାଇଛି । ସହରର କଇଁଫୁଲିଅ।ରେ ତିନି କୋଟି ଟଙ୍କାରେ ନିର୍ମାଣ ହୋଇଥିବା ଅ।ସିକା ସୋରଡା ପିପଳପଙ୍କା-ଗାଜଲବାଡିକୁ ସଂଯୋଗ କରୁଥିବା ହାଇଲେଭଲ ସେତୁକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଠି ପୂର୍ବରୁ କଇଁଫୁଲିଅ। ସେତୁ ନାମରେ ଥିବା ବେଳେ ବନ୍ୟା ସମୟରେ ଅ।ସିକା ଭୂବନେଶ୍ଵର ଯାତାୟତ ଠପ୍ ହୋଇଯାଉଥିଲା । ଏହା ଏବେ ନିର୍ମାଣ ହେବା ପରେ ବର୍ଷ ବର୍ଷର ଯାତାୟତ ସମସ୍ୟା ସମାଧାନ ହୋଇପାରିବ । ଉଦଘାଟନି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ୱରକୁ ଦୂରତା ମଧ୍ୟ କମିବ । ଏହାଦ୍ୱାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯାତାୟତରେ ସୁବିଧା ଆସିବ। ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ  ପାଇଁ ସୁନାମ  କରିଛନ୍ତି । ଏହି ସେତୁ ଦ୍ୱାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି । ବିକାଶ ପାଇଁ ଭିତ୍ତିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ମୋ ସରକାର ଭିତ୍ତିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି । ଚଳିତ ଆର୍ଥି ବର୍ଷରେ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହାସହ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତ୍ତିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି । ତେବେ ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ଆପଣମାନଙ୍କୁ ମୋର ନିବେଦନ, ଆପଣମାନେ କୋଭିଡର ସବୁ ନିୟମକୁ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ ଜାଗାରେ ସାମାଜିକ ଦୂରତା ବଜାୟ ରଖନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.