Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଜି କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ବାଣ୍ଟିବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ

8/11/2021 at 7:33 AM

କଳାହାଣ୍ଡି ୦୮।୧୧: ଆଜି କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବନୀପାଟଣା ଓୟୁଏଟି ଅଡିଟୋରିୟମରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ କଳାହାଣ୍ଡି ରାଜନୀତି ଗତ କିଛି ଦିନ ଧରି ଅଶାନ୍ତ ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଚର୍ଚ୍ଚାରେ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭବାନୀପଟଣା ଓୟୁଏଟି ଅଡିଟୋରିୟମରେ କୋଭିଡ କଟକଣା ମଧ୍ୟରେ ମୋଟ ୩ଶହ ଜଣଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ପୂର୍ବରୁ ସମସ୍ତଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଛି। ସେହିପରି ଓୟୁଏଟି ପଡିଆରେ ଆଉ ଏକ ସଭାର ଆୟୋଜନ କରାଯାଇଛି। ଯେଉଁଥିରେ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ନିମନ୍ତ୍ରିତ ଅତିଥି ମାନେ ବସିବା ପାଇଁ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ କରିବା ପରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବ୍ଲକରେ ମନ୍ତ୍ରୀମାନଙ୍କ ଦ୍ବାରା ଜିଲ୍ଲାର ସମସ୍ତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ।

ସେହିପରି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ କଳାହାଣ୍ଡିରେ ଗତ କିଛି ଦିନ ଧରି ରାଜନୀତି ଉଷ୍ମ ରହିଛି। ତେଣୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ ସତର୍କ ରହିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଂଗ୍ରେସ ୧ଘଣ୍ଟା ପାଇଁ ଜନତା କର୍ଫ୍ୟୁ ଡକରା ଦେଇଛି। ଏପଟେ ବିଜେପି ବି ସମାଜିକ ବାସନ୍ଦ କରିବାକୁ ଆହ୍ବାନ ଦେଇଛି। ବିରୋଧୀଙ୍କର ଏଭଳି ପ୍ରତିବାଦକୁ ନେଇ ବିଜେଡି କହିଛି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀ ଦୂରଦୂରନ୍ତରେ ଲୋକଙ୍କୁ କାର୍ଡ ବଣ୍ଟନ କରି ଲୋକଙ୍କ ସହିତ ଯୋଡି ହେଉଛନ୍ତି। ଯାହା ବିରୋଧୀଙ୍କୁ ବିଚଳିତ କରୁଛି। ଏଥିରେ ବିଚଳିତ ହୋଇ ବିରୋଧୀ ଏଭଳି ବିରୋଧ କରୁଛନ୍ତି।

   Related Posts