ମହାରଥୀ ଜଣେ ବାସ୍ତବ ଜନନେତା ଥିଲେ-ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | October 04, 2020 IST

ଭୁବନେଶ୍ୱର ୦୪।୧୦: ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମହାରଥୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ଜଣେ ନିଷ୍ଠାବାନ ଓ ବରିଷ୍ଠ ନେତାଙ୍କୁ ହରାଇଛି । ବିଜୁ ବାବୁଙ୍କ ଦୀର୍ଘ ଦିନର ସହଯୋଗୀ ଥିଲେ ମହାରଥୀ ।  

ସୂଚନାଯୋଗ୍ୟ ଯେ, ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ତଥା ବିଜେଡିର ଜଣେ ବରିଷ୍ଠ ନେତା ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଶନିବାର ମଧ୍ୟରାତ୍ରି ପ୍ରାୟ ୨ଟା ୩୮ମିନିଟ୍ ବେଳକୁ ତାଙ୍କର ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

wp:core-embed/wordpress {"url":"http://www.prameyanews7.com/pipili-mla-pradeep-maharathy-passes-away/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/pipili-mla-pradeep-maharathy-passes-away/
/wp:core-embed/wordpress

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.