Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଅଜିତ ମଙ୍ଗରାଜଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

14/04/2021 at 5:38 PM

ଭୁବନେଶ୍ବର ୧୪/୪:  ଆଉ ତିନି ଦିନ ପରେ ହୋଇଥାନ୍ତା ପିପିଲି ଉପ ନିର୍ବାଚନ ପାଇଁ ମତଦାନ। ଏହା ପୂର୍ବରୁ ଦୁଃଖଦ ଖବର ଆସିଛି। ପିପିଲି ପାଇଁ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ହୋଇଯାଇଛି । କରୋନାରେ ପୀଡ଼ିତ ଥିବା ଅଜିତ ମଙ୍ଗରାଜ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ନିର୍ବାଚନୀ ପ୍ରଚାର ସମୟରେ ଅଜିତ ଏପ୍ରିଲ ୭ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ।  ୧୦ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଅଜିତ୍‌ଙ୍କ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଅଜିତ୍‌ଙ୍କ ପରଲୋକ ଘଟିଛି।

ତାଙ୍କର ସ୍ଵାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିଲା। ଅଜିତ୍‌ଙ୍କ ପରଲୋକ ନେଇ ଆପୋଲ ହସ୍ପିଟାଲର ଲୋକ ସଂପର୍କ ଅଧିକାରୀ ରାକେଶ ରାୟ ସୂଚନା ଦେଇଛନ୍ତି। କଂଗ୍ରେସ ପ୍ରାର୍ଥୀଙ୍କ ମୃତ୍ୟୁ ଖବର ଶୁଣି ସବୁ ରାଜନୈତିକ ଦଳର ନେତାମାନେ ଶୋକପ୍ରକାଶ କରିଛନ୍ତି। କେହି କେହି ଏହି ଖବରକୁ ବିଶ୍ବାସ କରିପାରିନାହାନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଜିତ ମଙ୍ଗରାଜଙ୍କ ମୃତ୍ୟୁରେ ଶୋକପ୍ରକାଶ କରିଛନ୍ତି।

ନବୀନ ପଟ୍ଟନାୟକ ଟ୍ବିଟ୍‌ କରି ଲେଖିଛନ୍ତି, ‘ ପିପିଲି ବିଧାନସଭା ଉପ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାପ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ  ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’

ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ଲେଖିଛନ୍ତି, ‘ପିପିଲି ଉପ ନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।’

   Related Posts