Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବାଲେଶ୍ୱର ଯିବେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

25/05/2021 at 12:27 PM

ଭୁବନେଶ୍ୱର ୨୫।୦୪: ମାଡିଆସୁଛି ବାତ୍ୟା । ଏହାପୂର୍ବରୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଏସବୁ ଭିତରେ ବାଲେଶ୍ୱର ଯିବେ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଙ୍କର ମିଶ୍ର । ବାଲେଶ୍ୱରରେ ବାତ୍ୟା ସ୍ଥିତିର ମନିଟରିଂ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ବାଲେଶ୍ବରରେ ବାତ୍ୟା ୟାଶ୍‌ ଲ୍ୟାଣ୍ଡଫଲ୍‌ କରିବାର ଆଶଙ୍କା ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟାଶଙ୍କର ମିଶ୍ରଙ୍କୁ ଆଜି ବାଲେଶ୍ବର ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେଠାରେ କ୍ୟାମ୍ପ କରି ବାତ୍ୟା ସ୍ଥିତି ମନିଟରିଂ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ସୂଚନାଯୋଗ୍ୟ ଯେ, ବାଲେଶ୍ବରରୁ ଭଦ୍ରକ ମଧ୍ୟରେ ଅର୍ଥାତ ଧାମରା ଓ ଚାନ୍ଦବାଲି  ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ‘ୟାସ’। ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ୟାସ୍’ ଆଜି ଭୀଷଣରୁ ଅତି ଭୀଷଣ ବାତ୍ୟାର ରୂପ ନେବା ପରେ ଉତ୍ତରପଶ୍ଚିମ ଆଡକୁ ଗତି କରୁଛି । ଏହି ଝଡ଼ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଉତ୍ତର ଓଡିଶା ଆଡକୁ ଆସୁଛି । ଏହା ପାରାଦୀପରୁ ୩୨୦ କିଲୋମିଟର ଓ ବାଲେଶ୍ୱରରୁ ୪୩୦ କିଲୋମିଟର ଦୂରରେ ରହିଛି । ଧାମରାରେ ପୋର୍ଟକୁ ୱାର୍ଣ୍ଣିଂ ୧୦ ଦିଆଯାଇଛି । ପୁରୀରେ ୮ ଏବଂ ଗୋପାଳପୁରରେ ୩ ୱାର୍ଣ୍ଣିଂ ଜାରି କରି କରିଛି ପାଣିପାଗ ବିଭାଗ ।

   Related Posts