ଭୁବନେଶ୍ବର ୧୪|୮: ରାଜ୍ୟରେ ପ୍ରଚଳିତ ହେଉଥିବା ‘ଗାର୍ଡ ଅଫ୍ ଅନର’ ବ୍ୟବସ୍ଥାକୁ ଉଚ୍ଛେଦ କରିବାକୁ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ । କେବଳ ସାଧାରଣତନ୍ତ୍ର ଦିବସ, ସ୍ବାଧୀନତା ଦିବସ ଏବଂ ଉତ୍କଳ ଦିବସ ପାଳନ ଅବସରରେ ନିମନ୍ତ୍ରଣ କରାଯାଇଥିବା ମୁଖ୍ୟ ଅତିଥିମାନଙ୍କୁ ‘ଗାର୍ଡ ଅଫ୍ ଅନର’ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଘୋଷଣା କରାଯାଇଛି ।
ପୂର୍ବରୁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଉଥିଲା । ତେବେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ କ୍ଷେତ୍ରରେ ଏହା ପୂର୍ବଭଳି ଲାଗୁ ହେବ ।