ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 27, 2021 IST

ଭୁବନେଶ୍ବର ୨୭।୫: ବାତ୍ୟା ‘ୟାସ୍’ ଦୁର୍ବଳ ହୋଇ ଝାଡଖଣ୍ଡରେ ପହିଞ୍ଚିଛି । ‘ୟାସ୍’ ସିନା ଓଡିଶା ଛାଡିଛି କିନ୍ତୁ ପ୍ରଳୟର ପଦଚିହ୍ନ ଛାଡି ଯାଇଛି । ବାତ୍ୟା ପରର ଦୁର୍ଦ୍ଦଶା ବଢିଯାଇଛି । ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଛି ।

{"id":457802,"sizeSlug":"large","linkDestination":"none"}

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ‘ୟାସ୍’ ପ୍ରଭାବରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ଏରିୟଲ ସର୍ଭେ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୁରୁବାର ୧୨ଟା ୩୦ମିନିଟ୍ ରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ହେଲିକାପ୍ଟରରେ ବାହାରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡାର ସ୍ଥିତି ସମୀକ୍ଷା କରିଛନ୍ତି । ୩ ଜିଲ୍ଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ପ୍ରାୟ ଏକ ଘଣ୍ଟା ଧରି ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର ମଧ୍ୟ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ ।

{"id":457803,"sizeSlug":"large","linkDestination":"none"}

ବାତ୍ୟା ‘ୟାସ୍’ ଯୋଗୁଁ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ ବଡ ଗଛ ପଡିଛି । କେଉଁଠି ମୂଳ ମାଟିରୁ ଉପୁଡି ଯାଇଛି । ଲୋକଙ୍କ ଘର ଉପରେ ମଧ୍ୟ ପଡିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ ବଡ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ବାତ୍ୟା ଅପସରି ଯାଇଥିବା ବେଳେ ଜୋରଦାର ହୋଇଛି ପୁନରୁଦ୍ଧାର କାମ । ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ୍ ଓ ଅଗ୍ନିଶମ ବାହୀନି ଗଛ ପଡିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ରୁ ଓଡ୍ରାଫ ଟିମ୍, ଏନଡିଆରଏଫର ୫୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ୍ ମୁତୟନ ଅଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.