ଯାଜପୁରରେ କୋଭିଡ୍ ହସ୍ପିଟାଲକୁ ଅନୁମୋଦନ, ରହିବ ୧୫୦ଟି ଅକ୍ସିଜେନ୍ ସଂଯୁକ୍ତ ଏବଂ ୫୦ଟି ଆଇସିୟୁ ବେଡ୍

Published By : Prameya-News7 Bureau | May 18, 2021 IST

ଭୁବନେଶ୍ବର ୧୮।୫: ଯାଜପୁରରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମତି ପ୍ରଦାନ କରିଛନ୍ତି । ଫଳରେ ଯାଜପୁର ତଥା ଆଖପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ କିମ୍ବା ଭୁବନେଶ୍ବର ଯିବାକୁ ପଡିବ ନାହିଁ ।

ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ୍ ସଂଯୁକ୍ତ ବେଡ୍ ସହିତ ୫୦ଟି ICU ବେଡ୍ ମଧ୍ୟ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.