Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ସୁନ୍ଦରଗଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ’ର କରିବେ ଶୁଭାରମ୍ଭ

14/09/2021 at 8:01 AM

ଭୁବନେଶ୍ୱର,୧୪/୦୯:  ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିବେ । ସେଠାରେ ହିତାଧିକାରୀଙ୍କୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ରାଉରକେଲା ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ରାଉରକେଲା ବିମାନ ବନ୍ଦରରୁ ବାହାରି ୧୧ଟା ୫ ମିନିଟ୍ ରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ପହଞ୍ଚିବେ। ୧୧ଟା ୨୭ ମିନିଟ୍ ରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡର ବଣ୍ଟନର ଶୁଭାରମ୍ଭ କରିବେ। ୧୧ଟା ୩୬ ମିନିଟରେ ଜିଲ୍ଲାର କିଛି ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣର କରିବେ। ପୂର୍ବାହ୍ନ ୧୧ଟା ୩୮ ମିନିଟ୍ ରେ ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲାର ୧୭ ବ୍ଲକରେ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଜଣେ ଲେଖାଏଁ ମନ୍ତ୍ରୀ ଏବଂ ଉପଦେଷ୍ଟା ଯୋଗଦେଇ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ।

ବାଲିଶଙ୍କରା ବ୍ଲକରେ ଉଚ୍ଚ ଶିକ୍ଷା ଓ କୃଷିମନ୍ତ୍ରୀ ଅରୁଣ ସାହୁ, ବଣାଇ ବ୍ଲକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଲହୁଣୀପଡା ବ୍ଲକରେ ଶିଳ୍ପ, ଶକ୍ତି ଓ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସବଡେଗା ବ୍ଲକରେ ଆଦିବାଦୀ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଟାଙ୍ଗରପାଲି ବ୍ଲକରେ ପର୍ଯ୍ୟଟନ ଓ ସଂସ୍କୃତିମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବଡଗାଁରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କୁତ୍ରାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଲାଠିକଟା ବ୍ଲକରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସୁନ୍ଦରଗଡ ପୌରପାଳିକାରେ ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ହେମଗିରି ବ୍ଲକରେ ଇସ୍ପାତ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ରାଜଗାଙ୍ଗପୁର ବ୍ଲକରେ ନଗର ଉନ୍ନୟନ ଓ ଆଇମନ୍ତ୍ରୀ ପ୍ରତାପ ଜେନା, କୋଇଡା ବ୍ଲକରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରିବେ ।

ସୂଚନାଯୋଗ୍ୟ, ସୁନ୍ଦରଗଡ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ। ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ହିତାଧିକାରୀ ମାଗଣା ସ୍ବାସ୍ଥ୍ୟ ସେବା ପାଇବେ। ରାଉରକେଲାରେ ମୋଟ ୬୮ ହଜାର୫୭୫ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ।

   Related Posts