Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ମାଟ୍ରିକ୍ କୃତୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

21/05/2019 at 12:10 PM

ଭୁବନେଶ୍ବର ୨୧|୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ତେବେ ମାଟ୍ରିକ କୃତି ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଟ୍ଵିଟରରେ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦଶମ ବୋର୍ଡ ପରୀକ୍ଷାର କୃତୀ ଛାତ୍ରଛାତ୍ରୀଙ୍କୁ ଆନ୍ତରିକତାର ସହ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ସମସ୍ତଙ୍କ କୃତୀ ଛାତଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି ନବୀନ ।

ଚଳିତ ବର୍ଷ ପାସ୍ ହାର ୭୦.୭୮ % ରହିଛି। ଗତ ବର୍ଷ ତୁଳନାରେ ଏଥର କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ୨୮୯ଟି ସ୍କୁଲରେ ଶତପ୍ରତିଶତ ହୋଇଛି । ୮୨ଟି ସ୍କୁଲରେ ରେଜଲ୍ଟ ଶୂନ ହୋଇଛି । ମୋଟ୍ ୩ ଲକ୍ଷ ୯୭ ହଜାର ୧୨୫ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୧ ଲକ୍ଷ ୯୧ ହଜାର ୬୫୫ ପୁଅ ପାସ୍ କରିଥିବା ବେଳେ ୨ଲକ୍ଷ ୫ହଜାର ୪୭୦ ଝିଅ ଉତ୍ତୀର୍ଣ୍ଣ ହୋଇଛନ୍ତି। ଝାରସୁଗୁଡା ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୮୫.୪୮% ଥିବା ବେଳେ କୋରାପୁଟ ଜିଲ୍ଲାରେ ପାସ୍‌ ହାର ସର୍ବନିମ୍ନ ୫୦.୬୧% ରହିଛି।

   Related Posts