Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, କଳାହାଣ୍ଡିବାସୀଙ୍କୁ ଭେଟି ଦେଲେ ୮୫୯ କୋଟି ଟଙ୍କାର ପ୍ରକଳ୍ପ

8/11/2021 at 1:17 PM

କଳାହାଣ୍ଡି ୮।୧୧: କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୪ ଲକ୍ଷ ୭ ହଜାର ୧୦୪ ପରିବାରକୁ BSKY ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏହାସହ କଳାହାଣ୍ଡିବାସୀଙ୍କୁ ୮୫୯ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବନୀପାଟଣା ଓୟୁଏଟି ଅଡିଟୋରିୟମରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ଅବସରରେ କଳାହାଣ୍ଡିବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ୯୦୦ କୋଟିର ପ୍ରକଳ୍ପର ଉଦଘାଟନ କରି ମୁଁ ବହୁତ ଖୁସି । ଧାନ, ମାଛ ଓ କପା ଉତ୍ପାଦନରେ କଳାହାଣ୍ଡି ଆଗରେ ରହିଛି । କଳାହାଣ୍ଡିର ୬୮ ପ୍ରତିଶତ ଜମି ଜଳସେଚିତ ହୋଇଛି । କଳାହାଣ୍ଡି ଆଜି ଶିକ୍ଷା ହବ୍ ହୋଇପାରିଛି । କଳାହାଣ୍ଡିରେ ଖୁବଶୀଘ୍ର ମେଡିକାଲ କାମ ସରିବାକୁ ଯାଉଛି । ଏହାସହ କଳାହାଣ୍ଡି ଆଜି ବିଏସକେୱାଇରେ ସାମିଲ ହୋଇଛି।

ଏହି ଅବସରରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନବକିଶୋର ଦାସ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

   Related Posts