Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଗଜପତିରେ ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ

4/10/2021 at 12:45 PM

ଗଜପତି ୪।୧୦: ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରଳାଖେମୁଣ୍ଡି ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ଏହାସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରିକ୍ସାବାଲାଠୁ ଜନଜାତି ସମସ୍ତଙ୍କ ଜୀବନ ମୂଲ୍ୟବାନ । ଅର୍ଥାଭାବରୁ କେହି ଚିକିତ୍ସାରୁ ବଞ୍ଚିତ ନହୁଅନ୍ତୁ । ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଆପଣଙ୍କ ଦୁଃଖ ଦୂର କରିବ ବୋଲି ନବୀନ କହିଛନ୍ତି ।

ଗଜପତି ଜିଲ୍ଲାରେ ମୋଟ୍ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକା ଭୁକ୍ତ କରାଯାଇଥିବା ବେଳେ ଏହା ଦ୍ବାରା ପ୍ରାୟ ୪ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ଉପକୃତ ହେବେ । ସେହିଭଳି ୭୯୬ କୋଟି ଟଙ୍କାର ମୋଟ ୩୬ଟି ପ୍ରକଳ୍ପର ଉଦଘାଟନ କରାଯାଇଛି । ଏଥିରେ ଅନେକ ମେଗା ପ୍ରକଳ୍ପ ରହିଛି ।

   Related Posts