ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ

Published By : Prameya-News7 Bureau | April 30, 2024 IST

ଛତ୍ରପୁର ୩୦।୪: ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ । ନାମାଙ୍କନ ଦାଖଲ ସମୟରେ ନବୀନଙ୍କ ସହ ବିଜେଡିର ବହୁ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଗସ୍ତରେ ଯାଇ ନରସିଂହପୁର ଛକଠାରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ । ପରେ କାର୍ ଯୋଗେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ । ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ଲାଭ କରିଥିଲେ ନବୀନ । ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା ସାରି ଛତ୍ରପୁର ଅଭିମୁଖେ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ପୋଲିସ ଓ ପ୍ରଶାସନ ।

You Can Read :

ମା’ ତାରାତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହିଞ୍ଜିଳି ଆସନ ପାଇଁ ଭରିବେ ନାମାଙ୍କନ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.