Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

କଳାହାଣ୍ଡିରେ ବିକାଶର ନୂତନ ସୂର୍ଯ୍ୟୋଦୟ : ୨୦୮୫ କୋଟି ଟଙ୍କାର ପ୍ରକଳ୍ପର ଭେଟିଦେଲେ ମୁଖ୍ୟମନ୍ତ୍ରୀ

14/01/2021 at 12:57 PM

କଳାହାଣ୍ଡି ୧୪।୧: କଳାହାଣ୍ଡି ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମାଧ୍ୟମରେ ଇନ୍ଦ୍ରାବତୀ ମଙ୍ଗଳପୁରଠାରେ ୭୫୬ କୋଟି ବ୍ୟୟରେ ନିର୍ମିତ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପ ଦ୍ବାରା ଜୟପାଟଣା, କୋକସରା ଏବଂ ଧର୍ମଗଡ ବ୍ଲକର ୨୫ ହଜାର ୨୭୫ ହେକ୍ଟର ଜମିକୁ ଜଳସେଚନ ହୋଇପାରିବ ।

ବିଶେଷ କରି ଇନ୍ଦ୍ରାବତୀ ବହୁମୁଖୀ ଜଳ ପ୍ରକଳ୍ପ ଜଳସେଚନରୁ ଉଚ୍ଚରେ ଥିବା ୪୩ ଗୋଟି ପଞ୍ଚାୟତର ୯୦ ଗୋଟି ଗାଁ ଜଳସେଚନରୁ ବଞ୍ଚିତ ରହିଥିଲା । ଏହି ଉଠା ଜଳସେଚନ ପ୍ରକଳ୍ପ ଦ୍ବାରା ସେହି ଗାଁ ଲାଭବାନ ହୋଇପାରିବେ । ଯାହାଫଳରେ ପାଖାପାଖି ୫୦ ହଜାରରୁ ଅଧିକ ଲୋକ ଲାଭବାନ ହେବେ । କେବଳ ସେତିକି ନୁହେଁ ମୋଟ୍ ୧୦୬୪ କୋଟି ୮୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୫୪ଟି ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ଏବଂ ୧୦୨୩ କୋଟି ୪୨ ଲକ୍ଷ ଟଙ୍କାର ୫୨ ଟି ବିଭିନ୍ନ ପ୍ରକଳ୍ପର ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୋଟ୍ ୨୦୮୫ କୋଟି ୨୦ଲକ୍ଷ ୯୦ ହଜାର ଟଙ୍କା ଅଟକଳରେ ୧୦୬ଟି ପ୍ରକଳ୍ପକୁ କଳାହାଣ୍ଡିବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । 

କୋଭିଡ୍ କଟକଣା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମାବେଶକୁ ୪୦ ଗୋଟି ପଞ୍ଚାୟତରେ ସିଧା ପ୍ରସାରଣର ବ୍ୟବସ୍ଥା କରାଯାଇଛି । ଯାହାକୁ ନେଇ କଳାହାଣ୍ଡି ରାଜନୀତି ସରଗରମ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରାୟ ୨୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତଥା କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ସମାବେଶ ସମାପନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

   Related Posts