Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ପୁରୀ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ବିଭିନ୍ନ ପ୍ରକଳ୍ପର କଲେ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

20/02/2019 at 12:49 PM

ବ୍ରହ୍ମଗିରି ୨୦|୨: ଦିନିକିଆ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯାଇ ୨୩ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଣାସରେ ୨୫୧ କୋଟିରୁ ଅଧିକ ଟଙ୍କାର ୧୨ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବନିର୍ମିତ ସତ୍ୟବାଦୀ ତହସିଲ କାର୍ଯ୍ୟାଳୟର ମଧ୍ୟ ଶୁଭ ଉଦଘାଟନ କରିଛନ୍ତି ନବୀନ ।

ସେହିପରି ବାଗିପଡା ଏବଂ କାଳିଘଡିଠାରେ ଦୟା ନଦୀ ଉପରେ ୨ଟି ସେତୁ, ସିରୁଳି-କରମଳା ରାସ୍ତାରେ ଲୁଣା ନଦୀ ଉପରେ ହାଇଲେଭଲ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୬ଟି ସଡକ ନିର୍ମାଣ ପ୍ରକଳ୍ପ, କଣାସଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କଣାସ, ବ୍ରହ୍ମଗିରି ଏବଂ ସତ୍ୟବାଦୀ ବ୍ଲକରେ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୭୧ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

   Related Posts