Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଆନନ୍ଦପୁରରେ ବହୁ ପ୍ରତୀକ୍ଷିତ ବୈତରଣୀ ବ୍ୟାରେଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

31/01/2020 at 2:31 PM

ଆନନ୍ଦପୁର ୩୧।୧: ଆଜି ଆନନ୍ଦପୁର ଗସ୍ତରେ ଆସି ବହୁ ପ୍ରତୀକ୍ଷିତ ବ୍ୟାରେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁକ୍ୟମନ୍ତ୍ରୀ ପ୍ରଥମେ ହେଲିକାପ୍ଟର ଯୋଗେ ଆନନ୍ଦପୁର ବି.ଏନ. ହାଇସ୍କୁଲ ପଡିଆଠାରେ ଦିନ ୧୧ଟା ୫୦ମିନିଟ୍ ସମୟରେ ଅବତରଣ କରିଥିଲେ ।

ଏହାପରେ ୨୯୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆନନ୍ଦପୁର ବୈତରଣୀ ବ୍ୟାରେଜର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ଯୋଗୁଁ କେନ୍ଦୁଝର ଜିଲ୍ଲାର ୩ଟି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ୭ଟି ବ୍ଲକର ଚାଷଜମିରେ ଜଳସେଚନ ସୁବିଧା ହେବ । ପରେ ପରେ ବିଏନ୍ ହାଇସ୍କୁଲ ପ୍ଲାଟିନମ୍ ଜୁବୁଲି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ନିଜ ଅଭିଭାଷଣରେ ଛାତ୍ରଛାତ୍ରୀଙ୍କୁ ସମୟର ସଦୁପଯୋଗ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାପରେ ଆନନ୍ଦପୁର ମିନି ଷ୍ଟାଡିୟମଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସହ ସେଠାରେ ପୂର୍ତ୍ତ ଓ ଗ୍ରାମ୍ୟ ଜଳଯୋଗାଣ ବିଭାଗର ମୋଟ୍ ୨୨୪୫ କୋଟି ଟଙ୍କାର ବ୍ୟୟବରାଦ ୧୧ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ଯରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଜଳସମ୍ପଦ ମନ୍ତ୍ରୀ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦୁଝର ସାଂସଦ, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ,  ଘଷିପୁର ବିଧାୟକ ବଦ୍ରିନାରାୟଣ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts