ଉମରକୋଟରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | February 05, 2019 IST

ଉମରକୋଟ ୫|୧: ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ନବରଙ୍ଗପୁର ଜିଲ୍ଲା ପାଇଁ ୧ ହଜାର ୯୭ କୋଟି ଟଙ୍କା ବ୍ୟୟ ଅଟକଳରେ ୧୬ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସେହିପରି ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୨ଟି ପ୍ରକଳ୍ପକୁ ମଧ୍ୟ ଲୋକାର୍ପିତ କରିଛନ୍ତି।

{"id":82081}

ଉମରକୋଟ ସାଧାରଣ ସଭାରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରୀୟ ଅବହେଳା ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ନବୀନ । ରାଜ୍ୟର ବିକାଶକୁ କେହି ରୋକି ପାରିବେ ନାହିଁ ବୋଲି ନବୀନ କହିଛନ୍ତି । କାଳିଆ ଯୋଜନା ଆଜି ସାରା ଦେଶରେ ଆତ ହୋଇଛି । ଚାଷୀମାନ ଏହି ଯୋଜନାରୁ ଉପକୃତ ହେବେ । ଏସସି, ଏସଟିଙ୍କ ପାଇଁ ମୋ ସରକାର କାମ କରୁଛି ବୋଲି ନବୀନ କହିଛନ୍ତି ।

{"id":82083}

ଆଜି ଦିନିକିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉମରକୋଟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିବା ପରେ ସେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାସହ ସ୍କୁଲ ପିଲାମାନଙ୍କୁ ସାଇକେଲ ବଣ୍ଟନ, ଜଙ୍ଗଲ ଜମି ପଟ୍ଟା ବଣ୍ଟନ, ବାର୍ଦ୍ଧକ୍ୟ ଭତ୍ତା, ଏସଏଚଜିମାନଙ୍କୁ ବୋନସ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୨ ପ୍ଲାଟୁନ୍ ପୋଲିସ ମୁତୟନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.