ଝାରସୁଗୁଡାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

Published By : Prameya-News7 Bureau | November 15, 2021 IST

ଝାରସୁଗୁଡା ୧୫୧୧: ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହ ୧୪୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ୧୬୮କୋଟି ଟଙ୍କାରେ ହେବାକୁ ଥିବା ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଝାରସୁଗୁଡାରେ ଆୟୋଜିତ ସମାରୋହରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ବ୍ରଜରାଜ ନଗର ବିଧାୟକ କିଶୋର ମହାନ୍ତି ଉପସ୍ଥିତ ରହି ୧୦ ଜଣ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି । ଝାରସୁଗୁଡା ଜିଲ୍ଲାରେ ୧ ଲକ୍ଷ ୧୫ ହଜାର ୭୩୦ ଜଣଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ବିଭିନ୍ନ ପଞ୍ଚାୟତ ଓ ପୌରାଞ୍ଚଳରେ ପର୍ଯ୍ୟାୟ କ୍ରମେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.