Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌ରେ ସ୍ବାଭିମାନ ଅଞ୍ଚଳର ବିକାଶ, ଅଞ୍ଚଳବାସୀଙ୍କ ହାତରେ ଏବେ ସ୍ମାର୍ଟ ଫୋନ୍

17/11/2020 at 1:06 PM

ଭୁବନେଶ୍ବର ୧୭।୧୧: ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ ୨୧୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ଅର୍ଥରେ ଲୋକଙ୍କ ଜୀବିକା, ସ୍ବାସ୍ଥ୍ୟ ଉପରେ ଗୁରୁତ୍ବ ଦିଆଯିବ । ପିଇବା ପାଣି ଏବଂ ଯୋଗାଯୋଗ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ । ୨୦ କୋଟି ବ୍ୟୟ ବରାଦରେ ମେଗା ପାଇପ୍ ପାଣି ବ୍ୟବସ୍ଥା କରାଯାଇଛି । ହିଂସା ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ହଳଦୀ ଚାଷ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଏହାସହ ୯ଟି ପଂଚାୟତର ପ୍ରତ୍ୟେକ ବ୍ୟକ୍ତିଙ୍କୁ ୪-ଜି ମୋବାଇଲ ଫୋନ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଫଳରେ ଅନଲାଇନ୍‌ରେ ଶିକ୍ଷାରୁ ବଞ୍ଚିତ ହେଉଥିବା ଛାତ୍ରଛାତ୍ରୀ ସୁବିଧାରେ ପାଠ ପଢିବା ସହ ସରକାରୀ ଯୋଜନାର ଲାଭ ପାଇବେ ।

ଏହି ଅବସରରେ ଜନ୍ତାପାଇ ସ୍ଥିତ ବିଏସ୍‌ଏଫ୍‌ କ୍ୟାମ୍ପରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରିକାନ୍ତି ବେହେରା, ବିଧାୟକ ଚନ୍ଦ୍ରସାରଥୀ ବେହେରା, ନବରଙ୍ଗପୁର ସାଂସଦ ରମେଶ ମାଝି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ପ୍ରମୁଖ ଉପସ୍ଥିତ ରହିଥିଲେ । ଭର୍ଚୁଆଲ୍‌ କାର୍ଯ୍ୟକ୍ରମ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋବାଇଲ ଫୋନ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଲୋକଙ୍କ ସହ କଥା ହୋଇଛନ୍ତି ।

   Related Posts