Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ନୂଆପଡାରେ ୨୪୦ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ; କହିଲେ କାଳିଆ ଯୋଜନା ଚାଷୀ ଭାଇଙ୍କ ଯୋଜନା

25/02/2019 at 3:42 PM

ନୂଆପଡା ୨୫|୨: ନୂଆପଡା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆପଡାରେ ୨୪୦ କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ନୂଆପଡାରେ ୨୩୭ କୋଟି ୩୫ ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୩୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଶୁଭ ଉଦଘାଟନ ଓ ୧୦୫ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜିଲ୍ଲା ସଦର ମହକୁମାଠାରେ ୩୭ କୋଟି ଟଙ୍କା ବ୍ୟୟରେ ୩୦୦ ଶଯ୍ୟାର ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି ।

ଗୋତମା ଫିଲ୍ଡ ନିକଟରେ ଏକ ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାଙ୍କ ଉଦବୋଧନରେ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀ ଭାଇଙ୍କ ଯୋଜନା । କାଳିଆ ଯୋଜନାରେ ୩୦ ଲକ୍ଷରୁ ଅଧିକ ଚାଷୀ ସହାୟତା ପାଇଲେଣି । ଚାଷୀଙ୍କୁ ବିନା ସୁଧରେ ଋଣ ଦିଆଯାଉଛି । କାଳିଆ ଯୋଜନା ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କେନ୍ଦ୍ର ସରକାର ପିଏମ କିଷାନ ଯୋଜନାରେ ୬ ହଜାର ପରିବର୍ତ୍ତେ ୧୦ ହଜାର ଟଙ୍କା ଦିଅନ୍ତୁ ବୋଲି କହିଛନ୍ତି ନବୀନ ।ଚାଷୀଙ୍କ ପାଇଁ କେନ୍ଦ୍ର ସରକାର କରିଥିବା ଯୋଜନାରେ ଭୂମିହୀନ ଚାଷୀ, ଭାଗ ଚାଷୀ ଏବଂ କୃଷି ଶ୍ରମିକଙ୍କୁ ସଂପୂର୍ଣ୍ଣ ଅଣଦେଖା କରାଯାଇଛି । ସେମାନଙ୍କ ପାଇଁ କେନ୍ଦ୍ରୀୟ ଯୋଜନାରେ କୌଣସି ସହାୟତାର ବ୍ୟବସ୍ଥା ନଥିବା ଦୁଃଖର ବିଷୟ । ହେଲେ ଭୂମିହୀନ ଚାଷୀ, ଭାଗ ଚାଷୀ , କୃଷି ଶ୍ରମିକଙ୍କ ସାର୍ଥ ଯେପରି ସୁରକ୍ଷିତ ରହିବ, ସେମାନେ ଯେପରି ଅନ୍ୟମାନଙ୍କ ପରି ସହୟତା ପାଇବେ, ତାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି ଜଣାଯାଇଛି ।

   Related Posts