Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ

22/10/2021 at 7:18 AM

ବାରିପଦା, ୨୨|୧୦: ମୟୂରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ ଶୁଭାରମ୍ଭ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଥିବା ବେଳେ ତାଙ୍କର କାର୍ଯ୍ୟସୂଚୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି ।

ଗସ୍ତ ଅବସରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସୁରକ୍ଷା ଦାୟିତ୍ଵରେ ୧୬ ପ୍ଲାଟୁନ ପୋଲିସ ଫୋର୍ସର ବନ୍ଦୋବସ୍ତ କରାଯାଇଛି । ସେହିପରି ଆଇନଶୃଙ୍ଖଳା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ଲାଗି ୩ ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ୫ ଡିଏସପି, ୮ ଇନ୍ସପେକ୍ଟର, ୬୫ ଏସଆଇ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ୧୩୨ଜଣ ହୋମଗାର୍ଡ ମଧ୍ୟ ମୁତୟନ ହେବେ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ତାଙ୍କ ନିବାସରୁ ପୂର୍ବାହ୍ଣ ୯ ୪୦ମିନିଟରେ ବାହାରି ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଆସି ବାରିପଦା ଛଉପଡ଼ିଆ ଅସ୍ଥାୟୀ ହେଲିପ୍ୟାଡ଼ରେ ୧୧ଟାରେ ପହଞ୍ଚିବେ । ପ୍ରଥମେ ସେ ସହିଦ ସ୍ମୃତିଭବନରେ ପହଞ୍ଚିବେ। ସେଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସ୍ବାଗତ ଅଭିଭାଷଣ ପ୍ରଦାନ କରିବେ। ଏହା ପରେ ବାରିପଦା ବିଧାୟକ ପ୍ରକାଶ ସୋରେନ ଉଦବୋଧନ ଦେବା ପରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ଶକ୍ତି, ଉଦ୍ୟୋଗ ଓ ଏମଏସଏମଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସ୍ଵାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କେନ୍ଦ୍ର ଜଳଶକ୍ତି ଓ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନାର ଏକ ୪ମିନିଟର ଭିଡ଼ିଓ ପ୍ରଦର୍ଶନ ହେବ ।  ୧୧ଟା ୨୯ ମିନିଟରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ କରିବାରେ ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବେ। ଶେଷରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିବେ ବୋଲି ସୂଚନା ମିଳିଛି ।

   Related Posts