ବାତ୍ୟା ମୁକାବିଲା : ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | September 26, 2021 IST

ଭୁବନେଶ୍ୱର, ୨୬।୦୯ : ଆସୁଛି ବାତ୍ୟା ଗୁଲାବ । ବାତ୍ୟା ରବିବାର ମଧ୍ୟ ରାତ୍ରରେ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି । ତେବେ ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ । ଦିନ ୧୧ଟା ୩୦ରେ ଏନେଇ ସମୀକ୍ଷା କରିବେ ବୋଲି ଜଣାପଡିଛି। ବୈଠକରେ ମୁଖ୍ୟ ଶାସନ ସଚିବ, SRC, ବାତ୍ୟା ପ୍ରଭାବ ଅନୁଭୁତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗଦେବେ ବୋଲି ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.