Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

୧୫ ଦିନ ଭିତରେ ଆରଟିଓକୁ ଦଲାଲ ମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

26/09/2019 at 1:27 PM

ଭୁବନେଶ୍ବର ୨୬।୯: ଆରଟିଓକୁ ସଂପୂର୍ଣ୍ଣ ଦଲାଲ ମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ୧୫ଦିନ ଭିତରେ ଏହା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ଭିଡିଓ କନଫରେନ୍ସିଂ ଜରିଆରେ ଆଜି ଲୋକସେବା ଭବନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଏସପି ଏବଂ ଆରଟିଓମାନଙ୍କ ସହ ନୂଆ ଟ୍ରାଫିକ୍ ଆଇନ ସଂପର୍କରେ ଆଲୋଚନା କରିଛନ୍ତି ।

ଏହି ଅବସରରେ ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବା ଓ ସଚେତନତା ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦ୍ରୁତ ଏବଂ ବିପଦପୂର୍ଣ୍ଣ ଭାବରେ ଗାଡି ଚାଳନା କରୁଥିବା ନିଶାଦ୍ରବ୍ୟ ସେବନ କରି ଗାଡି ଚାଳନା କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ଚିକିତ୍ସା ନେଇ ଆବଶ୍ୟକ ବ୍ୟବସ୍ଥା କରାଯିବା ଆବଶ୍ୟକ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ।

   Related Posts