Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

‘ପରୀ’ ମୃତ୍ୟୁ ମାମଲାର ତଦନ୍ତ କରିବ SIT, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

27/11/2020 at 12:57 PM

ଭୁବନେଶ୍ବର ୨୭।୧୧: ‘ପରୀ’ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ କରିବ । ଏସଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୃହ କାର୍ଯ୍ୟରେ ସହଯୋଗ କରିବା ପାଇଁ ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ଅନ୍ୟପଟେ ପରୀ ମୃତ୍ୟୁ ମାମଲାରେ ବିରୋଧୀ ହଟ୍ଟଗୋଳ କରିଥିଲେ । ଗୃହରେ କଂଗ୍ରେସ ଓ ବିଜେପି ସଦସ୍ୟ ନାରାବାଜି କରିଥିଲେ । ଫଳରେ ଅପରାହ୍ନ ୩ଟା ଯାଏଁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି ।

‘ପରୀ’ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ଗତ ୨୫ ତାରିଖରେ ବିଧାନସଭାରେ ବିବୃତି ରଖିଥିଲେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଗୃହରେ ମନ୍ତ୍ରୀ କହିଥିଲେ ୪ ଜଣଙ୍କର ପଲିଗ୍ରାଫ ଟେଷ୍ଟ ସରିଛି । ୩୪ ସନ୍ଦିଗ୍ଧ ଏବଂ ଗ୍ରାମବାସୀଙ୍କୁ ପଚରାଉଚରା କରାଯାଇଛି । ଏଯାଏଁ ‘ପରୀ’ର ମୃତ୍ୟୁର ସଠିକ୍ କାରଣ ଜଣାପଡିନାହିଁ ।

ସୂଚନାଯୋଗ୍ୟ ଗତ ଜୁଲାଇ ୧୪ ତାରିଖ ଦିନ ଘର ଆଗରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା ପରୀ । ପରିବାର ଲୋକେ ବହୁ ଖୋଜାଖୋଜି କରି ଝିଅକୁ ନପାଇ ସଦର ଥାନାରେ ଅଭିଯୋଗ କରିଥିଲେ । ପେଲିସ ଟିମ୍ ଗଠନ କରି ତଦନ୍ତ କରିବା ସହ ଡଗ୍ ସ୍କ୍ବାର୍ଡ ଆଣି ଖୋଳତାଡ କରିଥିଲା । ୨୩ ତାରିଖ ଅପରାହ୍ନରେ ବାଡି ପଟ ଗାଡିଆ କୂଳରେ ବସ୍ତାରେ ବନ୍ଧା ଅବସ୍ଥାରେ ଝିଅର ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହ ମିଳିଥିଲା । ଘଟଣାକୁ ୪ ମାସ ବିତିଯାଇଥିଲେ ମଧ୍ୟ ଏଯାଏଁ ଅଭିଯୁକ୍ତଙ୍କୁ ଗିରଫ କରିପାରିନି ପୋଲିସ ।

   Related Posts