Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଶୀଘ୍ର ଅର୍ଥ ଫେରସ୍ତ ପାଇଁ କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

18/09/2019 at 2:26 PM

ନୂଆଦିଲ୍ଲୀ ୧୮।୯:  କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀ ଶୀଘ୍ର ଅର୍ଥ ଫେରସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରର ବିଭିନ୍ନ ଯୋଜନାର ସମୀକ୍ଷା କରିବା ପାଇଁ ଦିନିକିଆ ଦିଲ୍ଲୀ ଗସ୍ତରେ ଯାଇ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସନ୍ଧ୍ୟାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଫଣ୍ଡିଙ୍ଗ ନେଇ ସମୀକ୍ଷା କରିବେ । ଏହାସହ କେନ୍ଦ୍ରର ବକେୟା ଥିବା ରାଶି ନେଇ ମଧ୍ୟ ସମୀକ୍ଷା କରିବେ । ଏହାସହ ଜଗା କାଳିଆଙ୍କର ସଫଳ ଅସ୍ତ୍ରୋପଚାର ପାଇଁ ଏମସ ଡାକ୍ତରଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରେ ଏମସ ନିର୍ଦ୍ଦେଶକ ଦେଉଥିବା ଅର୍ଥ ରାଶିକୁ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ।

ଏହାସହ କାଳିଆ ଯୋଜନାରେ ୩ ଲକ୍ଷରୁ ଉର୍ଦ୍ଧ୍ବ ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିଥିବା ଟଙ୍କା ଫେରସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଗୁରବାର ସକାଳେ ଓଡିଶା ଫେରିବେ ମୁଖ୍ୟମନ୍ତ୍ରୀ ।

ସେପଟେ ରାଜ୍ୟରେ ୩ ଲକ୍ଷ ୪୨ ହଜାର ଅଯୋଗ୍ୟ ହିତାଧିକାରୀ ନୁହନ୍ତି ବରଂ ୩୨ ହଜାର ବୋଲି ବିଜେଡି ମୁଖପାତ୍ର ପ୍ରତାପ ଦେବ କହିଛନ୍ତି ।

   Related Posts