ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା

Published By : Prameya-News7 Bureau | April 22, 2021 IST

ଭୁବନେଶ୍ବର ୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶରେ କରୋନା ସ୍ଥିତି ନେଇ ଫୋନ୍ ଯୋଗେ କଲେ ଆଲୋଚନା । ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ଏବେ ଯୁଦ୍ଧଭଳି ପରିସ୍ଥିତି । କରୋନା ମୁକାବିଲାରେ ଓଡିଶା ସବୁ ପ୍ରକାର ସହଯୋଗ କରିବ । ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା ।

ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମିତଙ୍କ ପାଇଁ ମେଡିକାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି । ଗତ ଏକ ସପ୍ତାହ ମଧ୍ୟରେ  ହସ୍ପିଟାଲରେ ଅକ୍ସିଜେନ୍ ସିଲିଣ୍ଡରର ଅଭାବ ଦେଖାଦେଇଛି । ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ଖବର ଆସିବାରେ ଲାଗିଛି । ଏଭଳି ସ୍ଥିତିରେ ଓଡିଶା ସରକାର ସାରା ଦେଶକୁ ସହଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ।

ଦେଶରେ ଏଭଳି ଅକ୍ସିଜେନ ସଙ୍କଟ ବେଳେ ଦିଲ୍ଲୀରେ ଯେଉଁ ଅକ୍ସିଜେନ୍ ଅଭାବ ଦେଖାଦେଇଛି ତାର କିଛି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଅକ୍ସିଜେନ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । ଓଡିଶା, ଦିଲ୍ଲୀକୁ ଅକ୍ସିଜେନ ଯୋଗାଇ ଦେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ସ୍ପଷ୍ଟ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେଜ୍ରିୱାଲ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.