Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ କଲେ ଅନୁରୋଧ

27/08/2020 at 10:45 AM

ଭୁବନେଶ୍ବର ୨୭।୮: ଜେଇଇ ଏବଂ ନିଟ୍ କୁ ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜେଇଇ ଏବଂ ନିଟ୍ କୁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ରାଜ୍ୟର ଅନେକ ଅଞ୍ଚଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେଣୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ହାଜର ହେବାରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ବୋଲି ନବୀନ କହିଛନ୍ତି ।

ଦୁଇ ଦିନ ପୂର୍ବେ ଜେଇଇ ଏବଂ ନିଟ୍ କୁ ସ୍ଥଗିତ ରଖିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଚିଠି ଲେଖିଥିଲେ । କରୋନା ସ୍ଥିତିରେ ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ସୁରକ୍ଷିତ ନୁହେଁ । ୫୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ନିଟ୍ ପାଇଁ ଆବେଦନ କରିଥିବା ବେଳେ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଜେଇଇ ପାଇଁ ଓଡିଶାରୁ ଆବେଦନ କରିଛନ୍ତି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ପକ୍ଷରୁ ମାତ୍ର ୭ଟି ସହରରେ ପରୀକ୍ଷା ସେଣ୍ଟର କରାଯାଇଛି । ବିଭିନ୍ନ ଜିଲ୍ଲାରେ ସଟ୍‌ ଡାଉନ୍‌ ଓ ଲକ୍‌ ଡାଉନ୍‌ ଥିବାରୁ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବାରେ ସମସ୍ୟା ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ହେବାକୁ ଥିବା ନିଟ୍ ଏବଂ ଜେଇଇ ଧାର୍ଯ୍ୟ ସୂଚୀ ଅନୁସାରେ ହେବ ବୋଲି ସର୍ବୋଚ୍ଚ ଅଦାଲତ ସବୁଜ ସଙ୍କେତ ଦେଇଥିଲେ । ନିଟ୍ ଏବଂ ଜେଇଇ ପରୀକ୍ଷା ଆୟୋଜନ ବିରୋଧରେ ଦାଖଲ କରାଯାଇଥିବା ଆବେଦନକୁ ଖାରଜ କରିଦେଇଥିଲେ ସୁପ୍ରିମକୋର୍ଟ । କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସତର୍କତା ଅବଲମ୍ବନ କରାଯାଇଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ଅବଗତ କରାଇବା ପରେ କୋର୍ଟ ଏହି ଆବେଦନକୁ ଖାରଜ କରିଥିଲା ।

ଅବେଦନକୁ ଖାରଜ କରିବା ସହ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ପ୍ରଶ୍ନ କରିଥିଲେ ଯେ, କ’ଣ ଦେଶରେ ସବୁକିଛି ବନ୍ଦ କରିଦିଆଯିବ? ଏପରି ଏକ ମୂଲ୍ୟବାନ ବର୍ଷକୁ କ’ଣ ନଷ୍ଟ କରିଦିଆଯିବ? ଆବେଦନରେ କୋଭିଡ-୧୯ ସଂକ୍ରମଣର ବୃଦ୍ଧି ହେତୁ ସେପ୍ଟେମ୍ବରରେ ପ୍ରସ୍ତାବିତ ଜେଇଇ ମେନ୍ସ ଏବଂ ନିଟ୍ ୟୁଜି ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରାଯାଇଥିଲା ।

   Related Posts