ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ମରୁଡିକୁ ଆଖିରେ ରଖି ମୁଖ୍ୟମନ୍ତ୍ରୀଙ୍କ ବୈଠକ : କହିଲେ, 'ଜୁନ୍ ରୁ ଅକ୍ଟୋବର ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ'

Published By : Prameya-News7 Bureau | June 26, 2020 IST

ଭୁବନେଶ୍ୱର ୨୬/୦୬ : ଜୁନ୍‌ ଠାରୁ ଅକ୍ଟୋବର ସବୁବେଳେ ଓଢ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ। କାରଣ ଏହି ସମୟରେ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଥାଏ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିଛି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ । ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ମରୁଡିକୁ ଆଖିରେ ରଖି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

{"id":291992,"sizeSlug":"large"}

ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ମରୁଡି ମୁକାବିଲା ପାଇଁ ସତର୍କ ରୁହ । ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ କିଭଳି ହେବ ତାଉପରେ ଗୁରୁତ୍ବ ଦିଅ । ଆଜି ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏଭଳି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି । ସେଥିପାଇଁ ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା  ପ୍ରସୂତ SOP (Standard Operating Procedure) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଛନ୍ତି।

{"id":291993,"sizeSlug":"large"}

ମୁଖ୍ୟମନ୍ତ୍ରୀ କହିଛନ୍ତି ଜୁନ୍‌ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ୍‌ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । ଏହିସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର । ସେପଟେ ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ଟି ଅସ୍ଥାୟୀ ଭି.ଏଚ୍‌.ଏଫ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି । ୨୦ଟି ଓଡ୍ରାଫ ଟିମ୍‌କୁ ଆବଶ୍ୟକୀୟ ଜରୁରୀକାଳୀନ ସହାୟତା ସହିତ ଜାଗତିଆର ରଖାଯାଇଛି । ବିଭିନ୍ନ ନଦୀବନ୍ଧଗୁଡ଼ିକର ୪୯ଟି ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି ଏବଂ ସେଗୁଡିକର ଜଗାରଖା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି ।

{"id":291994,"sizeSlug":"large"}

ବନ୍ୟାପ୍ରବଣ ଅଞ୍ଚଳରେ ଆଗମୀ ଦୁଇ ତିନି ମାସର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଅତ୍ୟାବଶ୍ୟକ ଔଷଧ ଓ ବିଶୋଧନ ସାମଗ୍ରୀ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଥିବା ୮୭୯ଟି ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଯାଞ୍ଚ କରାଯାଇ ୭୯୬ଟିର ମରାମତି କରାଯାଇଛି।   ଭିଡିଓ କନ୍‌ଫରେନ୍‌ସିଂ ଦ୍ବାରା ଆୟୋଜିତ ଏହି ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ, ବିରୋଧୀଦଳ ନେତା, ସାଂସଦ, ବିଧାୟକଗଣ  ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.