୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବାପାଇଁ ପରାମର୍ଶ

Published By : Prameya-News7 Bureau | May 02, 2019 IST

ଭୁବନେଶ୍ବର ୨|୫: ‘ଫନି’ର ମୁକାବିଲା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବାତ୍ୟା ‘ଫନି’ ନେଇ ୭ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ କଟକ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଆଶଙ୍କା ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଅତି ଭୀଷଣ ଚକ୍ରବାତର ରୂପ ନେଇଛି ‘ଫନି’ । ଏହା ପୁରୀଠାରୁ ୩୬୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୨୧୦କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୧୫ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି। ପୁରୀରୁ ଚିଲିକା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୮୦ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୨୦୦ କିଲୋମିଟର ବଢିପାରେ । ଲ୍ୟାଣ୍ଡଫଲ୍ ବେଳେ ୧.୫ ମିଟର ଉଚ୍ଚ ସମୁଦ୍ର ଜୁଆର ଉଠିବା ଆଶଙ୍କା ରହିଛି । ରାଜ୍ୟର ସମସ୍ତ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.