Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଉପନିର୍ବାଚନ ପାଇଁ ଦୁଇ ଦିନିଆ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୮ରେ ତିର୍ତ୍ତୋଲ ଏବଂ ୨୯ରେ ବାଲେଶ୍ବର ପାଇଁ ପ୍ରଚାର

27/10/2020 at 1:18 PM

ଭୁବନେଶ୍ବର ୨୭।୧୦: ତିର୍ତ୍ତୋଲ ଓ ବାଲେଶ୍ବର ସଦର ଉପ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି । ଗ୍ରାଉଣ୍ଡରେ ତିନି ଦଳର ପ୍ରାର୍ଥୀଙ୍କ ସପକ୍ଷରେ ଦଳୀୟ ନେତାମାନେ ପ୍ରଚାରକୁ ଜୋରଦାର କରିଛନ୍ତି । ବହୁ ବରିଷ୍ଠ ନେତା, ରାଜନେତା, ଅଭିନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଉଥିବା ଦେଖିବାକୁ ମିଳିଛି । ତେବେ ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେନି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଭର୍ଚୁଆଲ୍‌ ରାଲି ମାଧ୍ୟମରେ ବାଲେଶ୍ବର ସଦର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । 

ନିକଟରେ ବିଜେପି ପ୍ରାର୍ଥୀଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିଥିବା ବେଳେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ନବୀନ ଅକ୍ଟୋବର ୨୮ ତାରିଖରେ ତିର୍ତ୍ତୋଲ ଉପ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ବିଜୟ ଶଙ୍କର ଦାସଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥି । ସେପଟେ ବାଲେଶ୍ବର ସଦର ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ସ୍ବରୂପ ଦାସଙ୍କ ପାଇଁ ନବୀନ ଡିଜିଟାଲ ପ୍ରଚାର କରିବେ ବୋଲି ଜଣାପଡିଛି ।

ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ତିନି ଦଳର ମହାଲଢ଼େଇ । ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଭୋଟରଙ୍କ ସମର୍ଥନ ପାଇବାକୁ ପୂରା ଦମ୍‌ ଲଗାଇଛନ୍ତି ଦଳର ତୁଙ୍ଗ ନେତା । ନୂଆ ନୂଆ ରଣନୀତି ପ୍ରସ୍ତତ୍‌ କରି ବିରୋଧୀଙ୍କୁ ମାତ୍‌ ଦେବାକୁ ଚାଲିଛି ଯୋଜନା ।

   Related Posts