Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବାତ୍ୟା ‘ୟାସ୍’ ସ୍ଥିତିର ଏରିୟଲ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

27/05/2021 at 9:54 AM

ଭୁବନେଶ୍ବର ୨୭।୫: ବାତ୍ୟା ‘ୟାସ୍’ ଦୁର୍ବଳ ହୋଇ ଝାଡଖଣ୍ଡରେ ପହିଞ୍ଚିଛି । ‘ୟାସ୍’ ସିନା ଓଡିଶା ଛାଡିଛି କିନ୍ତୁ ପ୍ରଳୟର ପଦଚିହ୍ନ ଛାଡି ଯାଇଛି । ବାତ୍ୟା ପରର ଦୁର୍ଦ୍ଦଶା ବଢିଯାଇଛି । ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଛି ।

ଏଭଳି ପରିସ୍ଥିତିରେ ଗୁରୁବାର ବାତ୍ୟା ‘ୟାସ୍’ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଅପରାହ୍ନରେ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ଗୁଡିକର ଏରିଏଲ ସର୍ଭେ କରିବେ ବୋଲି ସୂଚନା ରହିଛି । ଆକାଶମାର୍ଗରୁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଖିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟା ୩୦ମିନିଟରେ ହେଲିକାପ୍ଟର ଯୋଗେ ଏରିଏଲ୍ ସର୍ଭେ ପାଇଁ ମୁଖ୍ୟମନ୍ତ୍ରୀ ବାହାରିବେ ବୋଲି ଜଣାପଡିଛି ।

ବାତ୍ୟା ‘ୟାସ୍’ ଯୋଗୁଁ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଗଛ ପଡିଛି । କେଉଁଠି ମୂଳ ମାଟିରୁ ଉପୁଡି ଯାଇଛି । ଲୋକଙ୍କ ଘର ଉପରେ ମଧ୍ୟ ପଡ଼ିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ଼ ବଡ଼ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ବାତ୍ୟା ଅପସରି ଯାଇଥିବା ବେଳେ ଜୋରଦାର ହୋଇଛି ପୁନରୁଦ୍ଧାର କାମ । ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ୍ ଓ ଅଗ୍ନିଶମ ବାହୀନି ଗଛ ପଡ଼ିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ରୁ ଓଡ୍ରାଫ ଟିମ୍, ଏନଡିଆରଏଫର ୫୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ୍ ମୁତୟନ ଅଛନ୍ତି ।

   Related Posts